ପ୍ରମୂଖ ଖବର
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

Published By : Prameya | March 28, 2025 12:11 PM

ଭୁବନେଶ୍ଵର, ୨୮/୦୩ : ସାଂସଦଙ୍କ ପରେ ଏବେ ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି। ବିଧାୟକଙ୍କ ଦରମା ଏବଂ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ନେଇ ଶୂନ୍ୟକାଳରେ ଦାବି ଉଠାଇଲା ବିଜେଡି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରସଙ୍ଗ ଉଠାଇ କହିଛନ୍ତି ବର୍ତ୍ତମାନ ବଜାର ଦର ବଢ଼ିଛି । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉନି। ଏଥିପାଇଁ ଭାସ୍କର ମଢେଇଙ୍କ ଅଧ୍ୟକ୍ଷତାରେ ଗୋଟେ କମିଟି ଗଠନ ହୋଇଥିଲା। କମିଟିର ବୈଠକରେ ନିଷ୍ପତ୍ତି ହୋଇ ରିପୋର୍ଟ ଦିଆଯାଇଛି । ସେହି ରିପୋର୍ଟକୁ କାର୍ଯ୍ୟକାରୀ କରିବାକୁ ପ୍ରମିଳା ମଲ୍ଲିକ କହିଛନ୍ତି। ୨୦୧୭ ମସିହାରେ ଶେଷ ଥର ପାଇଁ ବିଧାୟକଙ୍କ ଦରମା ବଢା ଯାଇଥିଲା। ଏହା ପରଠାରୁ ଆଉ ଦରମା ବଢିନାହିଁ। 

ଏହି ଦାବିକୁ ମଧ୍ୟ ବିଜେପି ଦୋହରାଇଛି। ବିଜେପି ବିଧାୟକ ପୂର୍ଣ୍ଣ ସେଠି ମଧ୍ୟ ସମାନ ଦାବି ଉଠାଇ କହିଛନ୍ତି ମୁଁ ପୂର୍ବତନ ବିଧାୟକ ଭାବେ ଭୁକ୍ତଭୋଗି। କେତେ ଅସୁବିଧା ହେଉଛି ମୁଁ ନିଜେ ଅନୁଭବ କରିଛି। ସରକାରୀ କର୍ମଚାରୀଙ୍କ ପାଇଁ ବେତନ କମିଶନ ଅଛି କିନ୍ତୁ ବିଧାୟକଙ୍କ ପାଇଁ କେହି ନାହିଁ । କେବଳ ଆମର ମଢେଇ କମିଟି ସାହା ଭରଷା। ପ୍ରତି ଗାଁରେ ବାଦ ବୁଦିଆରେ ନାଟ ହେଉଛି। ବିଧାୟକଟେ ଗଲେ ୧୦ ରୁ ୩୦ ହଜାର ନଦେଲେ ହେଉନି । ତେଣୁ ମୁଁ ଦାବି କରୁଛି ବାଚସ୍ପତି ଭାସ୍କର ମଢେଇଙ୍କ କମିଟିର ସୁପାରିଶକୁ ଗ୍ରହଣ କରି ଜୁନ ମାସରୁ ପିଛିଲା ଭାବେ ଲାଗୁ କରାଯାଉ।

ସୂଚନାନୁଯାୟୀ, କେନ୍ଦ୍ର ସରକାର ମାର୍ଚ୍ଚ ୨୪ରେ ସାଂସଦଙ୍କ ଦରମା ବୃଦ୍ଧି ନେଇ ଘୋଷଣା କରିଥିଲେ। ଏହି ବର୍ଦ୍ଧିତ ଦରମା ୧ ଏପ୍ରିଲ୍ ୨୦୨୩ରୁ ପିଛିଲା ଭାବେ ଲାଗୁ ହେବ। ସାଂସଦମାନେ ଲକ୍ଷେ ଟଙ୍କା ପରିବର୍ତ୍ତେ ୧ ଲକ୍ଷ ୨୪ ହଜାର ଟଙ୍କା ଦରମା ପାଇବେ । ସରକାରଙ୍କ ଦ୍ୱାରା ସାଂସଦଙ୍କ ପେନସନ ଏବଂ ଭତ୍ତା ମଧ୍ୟ ବୃଦ୍ଧି କରାଯାଇଛି । ସଂସଦର ସଦସ୍ୟଙ୍କ ଦରମା, ଭତ୍ତା ଏବଂ ପେନସନ ଆଇନ ୧୯୫୪ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି ଏହି ପରିବର୍ତ୍ତନଗୁଡ଼ିକ କରାଯାଇଛି । ୫ ବର୍ଷ ପରେ, ସାଂସଦଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତ୍ତି ପୂର୍ବରୁ ସାଂସଦଙ୍କ ପେନସନ୍ ୨୫,୦୦୦ ଟଙ୍କା ଥିଲା । ଏବେ ଏହାକୁ ୩୧,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଦୁଇଥର କିମ୍ବା ତିନିଥର ସାଂସଦ ହୋଇଥିବା ସାଂସଦଙ୍କ ଅତିରିକ୍ତ ପେନସନ ୨୦୦୦ ଟଙ୍କାରୁ ୨୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । 

ଏହି ଖବରଟିକୁ ପଢନ୍ତୁ-ନିଲମ୍ବିତ କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ: ବାଜିଲା ଘଣ୍ଟ, ରାଲିରେ ଚାଲିଲେ ୧୪ ନିଲମ୍ବିତ ବିଧାୟକ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.