ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଏହି ରାଶିର ବ୍ୟକ୍ତିଙ୍କ ସମସ୍ତ କର୍ମରେ କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ

Published By : Prameya | April 23, 2025 9:32 PM

ମେଷ : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି ମେଷ ମାସର ୧୧ ଦିନ ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଧନ, ସମ୍ପଦ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନ ଚଳଚଞ୍ଚଳ ଓ କର୍ମତତ୍ପର ହେବେ ଏବଂ ନିଜ ଉଦ୍ୟମରେ ସଫଳତାର ଶୀର୍ଷରେ ପହଞ୍ଚିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରେଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦାରେ ଚାଲିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ସପ୍ତମ ଚନ୍ଦ୍ର, ଗୁରୁବାର ଏବଂ ସକାଳ ୧୦ଟା ୪୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ, ଶତ୍ରୁ-ଏଥିରୁ ମୁକ୍ତି ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଘାତବାର ଏବଂ ଦିବା ୧୦ଟା ୪୯ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ହ୍ରାସ ପାଇବ । ସନ୍ତାନମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ମାନ, ସମ୍ମାନ ହାନି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଗୁରୁବାର ଏବଂ ଦିବା ୧୦ଟା ୪୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ପ୍ରାପ୍ତ ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ  । କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମ କିମ୍ବା ଶୁଭ କର୍ମରେ ପରିବାର ସହ ଯୋଗଦେବେ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ତଥା ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ତୃତୀୟ ଚନ୍ଦ୍ର, ଗୁରୁବାର ଦିବା ୧୦ଟା ୪୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହାରମ୍ଭ, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭ କର୍ମରେ ପରିବାର ସହ ଯୋଗଦେବେ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବା, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଅପରାହ୍ଣ ୨ଟା ୩୩ ମିନିଟ୍‌ ପରେ ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ବହୁବିଧ ସମସ୍ୟା ଉପୁଜିବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’  ଭୈରବୀ ।

କୁମ୍ଭ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ 

ଯୋଗାଯୋଗ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.