ପ୍ରମୂଖ ଖବର
  • ୩ ପ୍ରସ୍ତାବରେ କ୍ୟାବିନେଟ ମୋହର : ଅଗ୍ନିବୀରଙ୍କୁ ୧୦% ସଂରକ୍ଷଣ, ବାପାଙ୍କ ମୃତ୍ୟୁ ପରେ ଚାକିରି ପାଇବ ଝିଅ
  • ||
  • ରିଆମାଳ; ପାରିବାରିକ କଲହରୁ ମହିଳାଙ୍କ ଆତ୍ମହତ୍ୟା, ପୋଲିସର ତଦନ୍ତ ଆରମ୍ଭ।
  • ||
  • ଗଣେଶ ମେଢ଼ ଭସାଣିବେଳେ ତୁମୁଳକାଣ୍ଡ: ଗୋଷ୍ଠୀ ସଂଘର୍ଷ, ୧୫ ଆହତ
  • ||
  • ଭୁବନେଶ୍ୱର: ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ
  • ||
  • ମୟୂରଭଞ୍ଜ: ବିଦ୍ୟୁତ ଆଘାତରେ ମାଈ ହାତୀ ମୃତ
  • ||
  • ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ହେବ ଆଲୋଚନା
  • ||
  • ଚାନ୍ଦିପୁରରୁ କ୍ଷେପଣାସ୍ତ୍ର ପରୀକ୍ଷଣ: ଆଜି ୬ ଗ୍ରାମରୁ ୩୧୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ
  • ||
  • ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ, ତେଲକୋଇରେ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ ଏବଂ ୧୪ରେ ଅଧିକ ବର୍ଷା ସମ୍ଭାବନା
  • ||

ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩୧/୦୮: ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଅବପାତ। ଆଗକୂ ପଶ୍ଚିମ- ଉତ୍ତରପଶ୍ଚିମ ମୁହାଁଇ ମଧ୍ୟରାତିରେ ଉପକୂଳ ଗତି କରିବା । ପରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶାରେ ଅତିକ୍ରମ କରିବ। ବିଶାଖାପାଟଣା ଏବ ଗୋପାଳପୁର ମଧ୍ୟରେ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  



ପ୍ରବଳରୁ ଅତି ପ୍ରବଳ ବର୍ଷା  ଆଶଙ୍କା ଥିବାରୁ ୪ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ  ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା  ଅଛି । ୧ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ  ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଦୁଇ ଦିନ  ଧରି ଅନେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା  ନେଇ ପାଣିପାଗ କେନ୍ଦ୍ରର ସତର୍କତା ପରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆରସି ।  ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.