ପ୍ରମୂଖ ଖବର
  • କନ୍ଧମାଳ : ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ବାପା
  • ||
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ଭୁଟାନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ; ବିଶ୍ଵବ୍ୟାଙ୍କ ସମ୍ମିଳନୀରେ ହେବେ ସାମିଲ

Published By : Manash Sahoo | May 19, 2025 2:18 PM

ଭୁବନେଶ୍ବର-୧୯/୦୫: ଭୁଟାନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ବିଶ୍ବବ୍ୟାଙ୍କ ଦ୍ବାରା ଆୟୋଜିତ ଦକ୍ଷିଣ ଏସିଆ ଲେବର ମୋବିଲିଟି କନଫରେନ୍ସରେ ହେବେ ସାମିଲ । ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଭୁଟାନ ଥିମ୍ପୁ ଠାରେ ଏହି ସମ୍ମିଳନୀ ଚାଲିବ । ଭାରତ ପକ୍ଷରୁ ଓଡ଼ିଶାର ପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରତିନିଧିତ୍ବ କରିବେ ।

କନକ ବର୍ଦ୍ଧନ ସିଂହଦେଓ ବର୍ତ୍ତମାନ ଓଡ଼ିଶାର ଶ୍ରମିକ ବିସ୍ଥାପନ ଟାସ୍କଫୋର୍ସର ଚେୟାରମ୍ୟାନ ଅଛନ୍ତି । ତେଣୁ ସେ ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ଭାରତର ପ୍ରତିନିଧିତ୍ୱ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ଏହା ପ୍ରବାସୀ ଶ୍ରମିକଙ୍କ ସମସ୍ୟାର ସ୍ଥାୟୀ ସମାଧାନ ପନ୍ଥା ଓ ନୀତି ନିରୂପଣ କରିବାରେ ବିଶେଷ ସହାୟକ ହେବ ।

ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସହିତ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଏହି ସମ୍ମିଳନୀରେ ଉପସ୍ଥିତ ରହିବେ । ସେହିପରି ଭୁଟାନ, ମଧ୍ୟପ୍ରାଚ୍ୟ ରାଷ୍ଟ୍ର, ଉତ୍ତର ଆଫ୍ରିକା, ଇଟାଲୀ, ଅଷ୍ଟ୍ରେଲିଆ, ଆରବ ଦେଶ, ଫିଲିପାଇନ୍ସ, ପପୁଆ ନ୍ୟୁ ଗୁନିଆ, ମାଳଦ୍ବୀପ, ଶ୍ରୀଲଙ୍କା, ନେପାଳ, ଜାମାଇକା ଓ ବାଂଲାଦେଶର ପ୍ରତିନିଧି ସମେତ ବିଶ୍ଵବ୍ୟାଙ୍କ ପ୍ରତିନିଧି ଏହି ଲେବର ମୋବିଲିଟି ସମ୍ମିଳନୀରେ ଅଂଶଗ୍ରହଣ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.