ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

କଟକରେ ଯୋଗ ଦିବସରେ ଯୋଗ କଲେ ଉପ ମୁଖ୍ୟମନ୍ତ୍ରୀ

Published By : Gurupada Nath | June 21, 2025 5:56 PM

କଟକ,୨୧/୬ : କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥିଭାବେ ଯୋଗଦେଇ ଯୋଗାଭ୍ୟାସକୁ ଦୈନନ୍ଦିନ ଜୀବନର ଅଭ୍ୟାସ ଭାବେ ଆପଣାଇବାକୁ ଆହ୍ୱାନ ଦେଇଥିଲେ । ମୁଖ୍ୟ ଅତିଥିଙ୍କ ସମେତ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଓ ଡିସିପି ଋଷିକେଶ ଖିଲାରୀ ଚାରାରେ ଜଳଦାନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ବିଶାଖାପାଟନମରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନ୍ତର୍ଜାତୀୟ ଯୋଗ ଦିବସ ରଦଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣକୁ ଉପସ୍ଥିତ ମନ୍ତ୍ରୀ, ବିଧାୟକ, ଅଧିକାରୀ, କର୍ମଚାରୀ, ଛାତ୍ରଛାତ୍ରୀ ଓ ବ୍ୟକ୍ତିବିଶେଷ ଦେଖିଥିଲେ । ଏଥିସହ ଅତି ଆଗ୍ରହରେ ସିଧା ପ୍ରସାରଣ ମାଧ୍ୟମରେ ଯୋଗାଭ୍ୟାସ ଶିକ୍ଷା କରି ସମସ୍ତେ ଯୋଗ ମଧ୍ୟ କରିଥିଲେ । ପ୍ରାୟ ୪୫ମିନିଟ୍ ଧରି ଯୋଗାଭ୍ୟାସ ଚାଲିଥିଲା। ଏହାପରେ ଯୋଗର ଉପାଦେୟତା ଓ ଦୈନନ୍ଦିନ ଜୀବନଚର୍ଯ୍ୟାରେ ଯୋଗକୁ ସାମିଲ କରାଇବା ସମ୍ପର୍କରେ ଶପଥ ପାଠ ମଧ୍ୟ କରାଯାଇଥିଲା ।

କଟକ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅବକାରୀ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଯୋଗ ଦିବସରେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପୋ, ଅତିରିକ୍ତ ଜିଲ୍ଲାପାଳ ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଉପଜିଲ୍ଲାପାଳ କଟକ ସଦର ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଜିଲ୍ଲା ଅବକାରୀ ଅଧିକ୍ଷକ କରୁଣା ଶଙ୍କର ତିୱାରୀଙ୍କ ସମେତ ଜନ ପ୍ରତିନିଧିଗଣ ଉପସ୍ଥିତ ରହି ଏହି ଯୋଗାଭ୍ୟାସ କାର୍ଯ୍ୟକ୍ରମରେ ଭାଗ ନେଇଥିବାବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ଯୋଗାଭ୍ୟାସ କରିଥିଲେ । ଜିଲ୍ଲା କ୍ରୀଡ଼ା ଅଧିକାରୀ ଅଜୟ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.