ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଆସିଲା ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା, ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ସରକାରଙ୍କୁ ପଠାଇବେ ସବୁ ଗାଁ

Published By : Rasmita Pradhan | January 30, 2025 2:34 PM

ଭୁବନେଶ୍ଵର, ୩୦/୦୧ : ଆସିଲା 'ବିକଶିତ ଗାଁ, ବିକଶିତ ଓଡ଼ିଶା' ମାର୍ଗଦର୍ଶିକା। ଆସନ୍ତା ଫେବୃଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ ନିର୍ଦ୍ଦେଶ। ଜିଲ୍ଲାପାଳ ଓ ବିଡିଓଙ୍କୁ ପଠାଗଲା ମାର୍ଗଦର୍ଶିକା।

୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ। ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍‌ରେ ଖର୍ଚ୍ଚ ହେବ। ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି। ଏସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ଵ ଦେବେ। ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ। ତେବେ ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ଏହାଠାରୁ ଅଧିକ ଟଙ୍କା ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ କରିହେବନି। ସଂରକ୍ଷିତ ଜଙ୍ଗଲ ଓ ଜଙ୍ଗଲ ଅଞ୍ଚଳ ଭିତରେ ରହୁଥିବା ଲୋକଙ୍କ ପାଇଁ ମଧ୍ୟ ମେଟାଲିଂ ମାନର ରାସ୍ତା ନିର୍ମାଣ କରଯିବ। 

ପୂର୍ବରୁ ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଜଙ୍ଗଲ ଅଞ୍ଚଳରେ ରାସ୍ତା ତିଆରି ଉପରେ କଟକଣା ଥିଲା। ଏଣିକି ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ। ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ସକାଳ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଏଠାରେ ସ୍ୱଳ୍ପ ଦେୟ ଦେଇ ଆରାମରେ ବସି ପଢ଼ିପାରିବେ। ସେହିଭଳି ପଞ୍ଚାୟତରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗ୍ ରୁମ୍, ମର୍କେଟ୍ ସେଡ୍ ତିଆରି ପାଇଁ ଟଙ୍କା ମିଳିବ। ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ତିଆରି ହେବ। ସବୁ ଧର୍ମର ଉପାସନାସ୍ଥଳୀ ବା ଧାର୍ମିକ ପୀଠର ବିକାଶ ପାଇଁ ପାଣ୍ଠି ଖର୍ଚ୍ଚ ହେବ । ଧାର୍ମିକ ସ୍ଥଳ ପାଖରେ ଶୌଚାଳୟ ଓ ପିଇବା ପାଣି ସୁବିଧା କରାଯିବ। ପଞ୍ଚାୟତରେ ଥିବା ଛୋଟ ଛୋଟ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ବ୍ୟବସ୍ଥା ହେବ । ଶିକ୍ଷା ଭିତ୍ତିଭୂମି ପାଇଁ ମଧ୍ୟ ଏହି ଯେଜନାରୁ ପାଣ୍ଠି ମିଳିବ। ବିଦ୍ୟାଳୟର ଆଧୁନିକୀକରଣ, ପ୍ରତି ଗାଁରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବ। ଲମ୍ବ ଡ଼ିଆଁ ଓ ଉଚ୍ଚ ଡ଼ିଆଁ ପାଇଁ ବ୍ୟବସ୍ଥା ରହିବ। 

ସବୁଠୁ ବଡ଼ କଥା ହେଉଛି, ନୂଆ ସରକାର ପୁରୁଣା ପ୍ରକଳ୍ପର ଆବଶ୍ୟକତାକୁ ହୃଦୟୟଙ୍ଗମ କରି ପାଣ୍ଠି ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଆମ ଓଡ଼ିଶା, ନବୀନ ଓଡ଼ିଶା ଯେଜନାରେ ଆରମ୍ଭ ହୋଇ ଅଟକି ଯାଇଥିବା ପ୍ରକଳ୍ପ ପାଇଁ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାରୁ ଟଙ୍କା ଦେଇ ହେବ। ପୁରୁଣା ପ୍ରକଳ୍ପ କାମରେ ମୋଟ ପାଣ୍ଠିର ୨୦ ପ୍ରତିଶତରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଥିଲେ ଯାଇ ଏହାକୁ ଆଗେଇବାକୁ ଅନୁମତି ମିଳିବ ବୋଲି ମାର୍ଗଦର୍ଶିକାରେ କୁହାଯାଇଛି । ସବୁ ପଞ୍ଚାୟତ ଗ୍ରାମସଭା ଡାକି ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ପାଇଁ ପ୍ରକଳ୍ପ ଚୟନ କରିବେ । ଗ୍ରାମସଭାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରାଯିବ। ଫେବ୍ରୁଆରୀ ୧୪ ସୁଦ୍ଧା ଗ୍ରାମସଭାରେ ପ୍ରକଳ୍ପ ତାଲିକା ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପଞ୍ଚାୟତ ୧୫ ତାରିଖରେ ବ୍ଲକରେ ଏହି ପ୍ରକଳ୍ପ ତାଲିକା ଦାଖଲ କରିବେ । ୧୮ ତାରିଖ ସୁଦ୍ଧା ପଞ୍ଚାୟତ ସମିତିର ଟେକ୍ନିକାଲ କମିଟି ଏହାକୁ ଯଞ୍ଚ ସାରିବ । ୨୦ ତାରିଖ ସୁଦ୍ଧା ଏହାକୁ ଜିଲ୍ଲାପାଳଙ୍କ ପାଖକୁ ପଠଯିବ । ଜିଲ୍ଲାପାଳ ପ୍ରକଳ୍ପର ଅନୁମୋଦନ ଦେବା ପରେ କାମ ଆଗେଇବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.