ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦେବେନ୍ଦ୍ର ଫଡନାବିସ୍ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ, ଆସନ୍ତାକାଲି ଶପଥ

Published By : Ankita S | December 4, 2024 12:18 PM

ମୁମ୍ବାଇ,୦୪/୧୨: ସବୁ କଳ୍ପନା ଜଳ୍ପନାର ଅନ୍ତ । ଯାହା ଅନୁମାନ କରାଯାଉଥିଲା ତାହା ହେଲା । ମହାରାଷ୍ଟ୍ରକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ମହାରାଷ୍ଟ୍ର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍ । ବିଜେପି କୋର କମିଟି ବୈଠକରେ ଫଡନାବିସଙ୍କ ନାଁରେ ମୋହର ବାଜିଛି । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାବିସ୍ । 

ଦୀର୍ଘ ଦିନର ଚର୍ଚ୍ଚା ପରେ ମହାରାଷ୍ଟ୍ର ମହାନାଟକରୁ ପରଦା ଉଠିଛି । ସିଏମ ସସପେନ୍ସରେ ପୂର୍ଣ୍ଣଚ୍ଛେଦ ପଡିଛି । ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ମହାରାଷ୍ଟ୍ର ନୂଆ ହୋଇଛନ୍ତି।  ଆଜି ଅନୁଷ୍ଠିତ ମହାୟୁତି ବୈଠକରେ ଦେବେନ୍ଦ୍ରଙ୍କ ନାମରେ ମୋହର ବାଜିଛି । ସର୍ବସମ୍ମତି କ୍ରମେ ବିଜେପି ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି ଦେବେନ୍ଦ୍ର ଫଡନାବିସ୍ । ବିଜୟ ରୁପାଣୀ ବିଜେପି ବିଧାୟକ ଦଳର ନେତା ଭାବେ ଦେବେନ୍ଦ୍ର ଫଡନାବିସଙ୍କ ନାମ ଘୋଷଣା କରିଛନ୍ତି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଆଶିଷ ସେଲାରଙ୍କୁ ମହାରାଷ୍ଟ୍ର ବିଜେପି ଶାଖାର ସଚେତକ ଦାୟିତ୍ବ ଦିଆଯାଇଛି ।

୨୦୧୯ରେ ଏକ ଭିଡିଓ କ୍ଲିପ ୨୦୨୪ ନିର୍ବାଚନରେ ଭାଇରାଲ ହେଉଥିଲା ଯେଉଁଥିରେ ଫଡନାବିସ୍ କହିଥିଲେ 'ସମନ୍ଦର ହେଁ ଲୋଟକର ୱାପସ ଆଏଗେଁ' । ବାସ୍ତବରେ ଏହା ସତ ହୋଇଛି । ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍ ।  ସିଏମ ନାମ ଘୋଷଣା ହେବା ପରେ ନାଗପୁରରେ ଦେବେନ୍ଦ୍ରଙ୍କ ବାସଭବନ ଆଗରେ ସେଲିବ୍ରେସନ ଆରମ୍ଭ ହୋଇଛି ।

କିପରି ମାନିଲେ ସିନ୍ଦେ-  ଗତାକାଲି ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ନିୟମିତ ଚିକିତ୍ସା ଯାଞ୍ଚ ପାଇଁ ଏକ ଘରୋଇ ଡାକ୍ତରଖାନାରେ ପହଞ୍ଚିଥିଲେ । ସେଠାରୁ ଫେରିବାର କିଛି ଘଣ୍ଟା ପରେ ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ତାଙ୍କ ସରକାରୀ ବାସଭବନ 'ବର୍ସା'ରେ ପହଞ୍ଚିଥିଲେ। ଗତ ସପ୍ତାହରେ ଦିଲ୍ଲୀରେ ବରିଷ୍ଠ ବିଜେପି ନେତୃତ୍ୱଙ୍କୁ ଭେଟିବା ପରେ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ମୁହାଁମୁହିଁ ବୈଠକ ଥିଲା । ସିନ୍ଦେଙ୍କ ଦଳ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ମହାୟୁତି ମିଳିତ ମେଣ୍ଟର ଏକ ପ୍ରମୁଖ ଅଂଶୀଦାର । ନଭେମ୍ବର ୨୦ ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଶାସକ 'ମହାୟୁତି'ର ବୃହତ ବିଜୟ ପରେ ମହାରାଷ୍ଟ୍ରର ନୂତନ ସରକାର ଆସନ୍ତାକାଲି ଶପଥ ଗ୍ରହଣ କରିବେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.