ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଶ୍ରୀମନ୍ଦିର ଉତ୍ତର ଦ୍ୱାର କୂଅରେ ପଡି ଭକ୍ତ ଆହତ

ପୁରୀ, ୨୩।୫ : ପୁଣି ଶ୍ରୀମନ୍ଦିରରେ ଅଘଟଣ। ଶ୍ରୀମନ୍ଦିର ଉତ୍ତର ଦ୍ୱାର ଐଶାନ୍ୟଶ୍ୱର ମନ୍ଦିର ନିକଟରେ ଥିବା କୂଅରେ ପଡି ଜଣେ ଭକ୍ତ ଆହତ ହୋଇଛନ୍ତି।ଆହତ ଭକ୍ତ ହେଉଛନ୍ତି ପଶ୍ଚିମବଙ୍ଗର ଧ୍ରୁବ ଚକ୍ରବର୍ତ୍ତୀ। 

ପରିବାର ସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଥିଲେ।  ତେବେ ଦର୍ଶନ କରି ଉତ୍ତର ଦ୍ୱାର ନିକଟରେ ବିଭିନ୍ନ ମନ୍ଦିର ଦର୍ଶନ କରିବା ସମୟରେ ଐଶାନ୍ୟଶ୍ୱର ମନ୍ଦିର ନିକଟରେ ଅନ୍ଧାର ହୋଇଥିବାରୁ ପ୍ରଥମେ ତାଙ୍କ ଧର୍ମପତ୍ନୀ କୂଅରେ ଝୁଣ୍ଟି ଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ କୂଅ ଭିତରେ ଧ୍ରୁବ ପଡିଯାଇଥିଲେ। କୂଅର ଗଭୀରତା କମ ରହିଥିଲା ସଙ୍ଗେସଙ୍ଗେ ଅଗ୍ନିଶମ ବିଭାଗ ଦ୍ଵାରା ତାଙ୍କୁ ଉଦ୍ଧାର କରାଯାଇ ସଦରମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.