ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ବିଶ୍ୱ ପୋଲିସ ଓ ଅଗ୍ନିଶମ କ୍ରୀଡ଼ା ପ୍ରତିଯୋଗିତାରେ ବିଜୟୀ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଲେ ଡିଜିପି

Published By : Gurupada Nath | July 1, 2025 8:16 PM

ଭୁବନେଶ୍ବର, ୧/୭ :  ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। 

ଅଶୋକ ଦଣ୍ଡସେନା  ୮୦୦ ମିଟର (ପୁରୁଷ ବର୍ଗ)  ଦୌଡ଼ରେ ସ୍ୱର୍ଣ୍ଣ ପଦକ  ଏବଂ କନଷ୍ଟେବଳ ସୁସ୍ମିତା ଟିଗା ୮୦୦  ମିଟର (ମହିଳା ବର୍ଗ)  ଦୌଡ଼ରେ ରୌପ୍ୟ ପଦକ ହାସଲ କରି ଏକ ନୂତନ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି। ଉଭୟଙ୍କ ଏହି ବିରଳ ସଫଳତାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କ୍ରୀଡ଼ାବିତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଉଭୟ ଅଶୋକ ଓ ସୁସ୍ମିତା ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଅସାଧାରଣ କ୍ରୀଡା କୌଶଳ ପ୍ରଦର୍ଶନ କରିବା ସହ ଓଡ଼ିଶାର ପୋଲିସର ସୁନାମ ବଢ଼ାଇଛନ୍ତି।  

ଉଲ୍ଲେଖଯୋଗ୍ୟ ଯେ, ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ପ୍ରତି ଦୁଇ ବର୍ଷରେ ଅନୁଷ୍ଠିତ ହୋଇଥାଏ ।  ଯେଉଁଥିରେ ପୋଲିସ, ଅଗ୍ନିଶମ ଏବଂ ବିଶ୍ୱର ଅନ୍ୟାନ୍ୟ ସାର୍ବଜନୀନ ସୁରକ୍ଷା ସଂସ୍ଥାର ହଜାର ହଜାର ଖେଳାଳି ଅଂଶଗ୍ରହଣ କରିଥାନ୍ତି। ଅଶୋକ ଓ ସୁସ୍ମିତାଙ୍କ ବିଜୟ ଓଡ଼ିଶା ପୋଲିସର କ୍ରୀଡା ଉତ୍କର୍ଷତା, ଦୃଢ଼ତା ଏବଂ ଶୃଙ୍ଖଳାର ପ୍ରମାଣ। ଉଭୟଙ୍କ ପଦକ ବିଜୟ  ଓଡିଶା ପୋଲିସ ବାହିନୀକୁ ଗୌରବାନ୍ୱିତ କରିବା ସହ କର୍ତ୍ତବ୍ୟ ଏବଂ କ୍ରୀଡ଼ା ଉଭୟରେ ଉତ୍କର୍ଷତା ହାସଲ କରିବାକୁ ଅନ୍ୟ କ୍ରୀଡ଼ାବିତ ଓ ଅଧିକାରୀମାନଙ୍କୁ ପ୍ରେରଣା ଯୋଗାଉଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.