ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

୮ଟି ଜିଲ୍ଲାରେ ହେଉଛି ସର୍ବାଧିକ ଗଞ୍ଜେଇ ଚାଷ, ଡ୍ରୋନ୍ ଓ ସାଟେଲାଇଟ୍ ମାଧ୍ୟମରେ ରଖାଯାଇଛି ନଜର

Published By : Rasmita Pradhan | November 25, 2024 12:15 PM

ଭୁବନେଶ୍ଵର, ୨୫/୧୧ : ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ପୋଲିସର ତତ୍ପରତା। ଗ୍ରୀନ୍ କ୍ଲିନ୍ ଅଭିଯାନ ନେଇ ସୂଚନା ଦେଲେ ଡିଜିପି ୱାଇ.ବି.ଖୁରାନିଆ। ସେ କହିଛନ୍ତି ଯେ, ମୋଟ ୫୪ଟି ଗଞ୍ଜେଇ ଚାଲାଣ ଓ ଚାଷ ନେଇ ମାମଲା ରୁଜୁ ହୋଇଛି। ୫୩୦୦ କେଜି ଗଞ୍ଜେଇ ଜବତ କରାଯିବା ସହ ୮୦ ଜଣଙ୍କୁ ଗିରଫ କରାଯାଇଛି। ନଗଦ ୧୫ ଲକ୍ଷରୁ ଅଧିକ ଟଙ୍କା ସହ ୨୦ଟି ଗାଡି ଜବତ ହୋଇଛି। ରାଜ୍ୟରେ ୮ଟି ଜିଲ୍ଲାରେ ସର୍ବାଧିକ ଗଞ୍ଜେଇ ଚାଷ ହେଉଛି। ଡ୍ରୋନ୍ ଓ ସାଟେଲାଇଟ୍ ମାଧ୍ୟମରେ ନଜର ରଖାଯାଇଛି। 

ଡିଜିପି କହିଛନ୍ତି ଯେ, ରାଜ୍ୟର କେତେକ ଜିଲ୍ଲାରେ ବଡ଼ ବଡ଼ ଜଙ୍ଗଲ ଏବଂ ପାହାଡ଼ିଆ ଭୂମି ଅଛି। କନ୍ଧମାଳ, ବୌଦ୍ଧ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଏବଂ ଅନ୍ୟାନ୍ୟ ପଡୋଶୀ ଜିଲ୍ଲାଗୁଡ଼ିକ ଗଞ୍ଜେଇ ଚାଷର କେନ୍ଦ୍ରସ୍ଥଳୀ ପାଲଟିଛନ୍ତି। ଏହି ଅଭିଯାନର ପ୍ରଥମ ୨୪ ଦିନ ମଧ୍ୟରେ, ଏହି ସବୁ ଜିଲ୍ଲା ଗୁଡ଼ିକରେ ପ୍ରାୟ ୨୩୭୫ ଏକର ଗଞ୍ଜେଇ ଚାଷ ହୋଇଥିବା ଜମିକୁ ନଷ୍ଟ କରିବାରେ ସକ୍ଷମ ହୋଇଛୁ। ଏପର୍ଯ୍ୟନ୍ତ ୨୮ ଲକ୍ଷରୁ ଅଧିକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗତ ବର୍ଷ ଓଡ଼ିଶା ପୋଲିସ ପ୍ରାୟ ୧୦୫୦୦ ଏକର ଜମିରେ ଗଞ୍ଜେଇ ଚାଷକୁ ନଷ୍ଟ କରିଥିବା ବେଳେ, ଚଳିତ ବର୍ଷ ଆମେ ପୂର୍ବ ବର୍ଷକୁ ଅତିକ୍ରମ କରିବା ପାଇଁ ପ୍ରୟାସ ଜାରି ରଖିବୁ। ଗଞ୍ଜେଇ ଚାଷ ବ୍ୟତୀତ ଓଡ଼ିଶା ପୋଲିସ ଗଞ୍ଜେଇ ବ୍ୟବସାୟୀଙ୍କ ଉପରେ ମଧ୍ୟ ଚଢାଉ କରୁଛି। ମାସକ ମଧ୍ୟରେ ଏପର୍ଯ୍ୟନ୍ତ ୫୪ଟି ମାମଲାରେ ୫୩୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ପରିବହନ ସମୟରେ ଏହି ସବୁ ଜବତ କରାଯାଇଛି। ଟ୍ରକ୍, ପିକ୍ଅପ୍ ଭ୍ୟାନ୍, ଇନୋଭା କାର୍ ଇତ୍ୟାଦି ବିଭିନ୍ନ ପ୍ରକାରର ପ୍ରାୟ ୨୦ଟି ଯାନ ଜବତ କରାଯାଇଛି। ଏହା ସହ ୧୫ ଲକ୍ଷ ନଗଦ ଟଙ୍କା ଜବତ କରାଯାଇଛି। ଏପର୍ଯ୍ୟନ୍ତ ୮୦ ଜଣ ଗଞ୍ଜେଇ ବେପାରୀଙ୍କୁ ମଧ୍ୟରେ ଗିରଫ କରାଯାଇଛି। ଆମ ଯୁବପିଢୀଙ୍କ ଭବିଷ୍ୟତକୁ ବଞ୍ଚାଇବା ପାଇଁ ଓଡ଼ିଶା ପୋଲିସ ଏହି ବିପଦକୁ ଦୂରକରିବାକୁ ପ୍ରତିଶୃତିବଦ୍ଧ। ଓଡ଼ିଶା ପୋଲିସ ନଭେମ୍ବର ପ୍ରଥମରୁ ଏକ ବିଶାଳ ଅଭିଯାନ ଆରମ୍ଭ କରିଛି। ଯାହା ଅମଳ ଋତୁ ଯଥା ନଭେମ୍ବର ମାସରୁ ଆରମ୍ଭ କରି ମାର୍ଚ୍ଚ-୨୦୨୫ ପର୍ଯ୍ୟନ୍ତ ଜାରି ରହିବ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.