PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ତଲାଗା ଠାରେ ନୂତନ ଧାନ ମଣ୍ଡି ଉଦଘାଟିତ

କୋକସରା, ୨୭/୧୧ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ ପୋଡ଼ାଗୁଡା ପଞ୍ଚାୟତ ତଲାଗା ଠାରେ ନୂତନ ଧାନ ମଣ୍ଡି ଉଦଘାଟିତ ହୋଇଛି। ରବିବାର କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଆମପାଣି ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ , ଆମପାଣି ପେକ୍ସ ସଭାପତି ବିରଞ୍ଚି ନାରାୟଣ ପଣ୍ଡା, ସ୍ଥାନୀୟ ନାରିନେତ୍ରୀ ତିଲୋତ୍ତମା ନାଏକ, ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, ପେକ୍ସ ସମ୍ପାଦକ ବିକାଶ ପଣ୍ଡା, ବଡ଼ ପୋଡ଼ାଗୁଡା ସରପଞ୍ଚ ପ୍ରତିନିଧି ଧର୍ମାନନ୍ଦ ନାଏକ, କୃଷକ ସମନ୍ୱୟ କମିଟିର ସଭାପତି ଟଙ୍କଧର ପୁଝାରି, ସମ୍ପାଦକ ହରିଶ୍ଚନ୍ଦ୍ର ନାଏକ, ଆରଏମସି କର୍ମଚାରୀ ଓ ସ୍ଥାନୀୟ ଚାଷୀଙ୍କ ଉପସ୍ଥିତିରେ ଉଦଘାଟନ କରାଯାଇଛି। ବଡ଼ ପୋଡ଼ାଗୁଡା ପଞ୍ଚାୟତର ଚାଷୀ ପୂର୍ବରୁ ଆମପାଣି ମଣ୍ଡିକୁ ଧାନ ବିକ୍ରି ପାଇଁ ନେଉଥିଲେ। ଏବେ ଚାଷୀଙ୍କ ଦୀର୍ଘ ଦିନର ମଣ୍ଡି ଦାବି ଆଜି ପୂରଣ ହୋଇଥିବାରୁ ସ୍ଥାନୀୟ ଚାଷୀ ଓ ଗ୍ରାମବାସୀ ଜନ ପ୍ରତିନିଧି ବ୍ଲକ ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି।

ସମ୍ବନ୍ଧିତ ଖବର