ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ଆଗୁଆ ଜାମିନ୍‌ ଆବେଦନ କରି ହାଇକୋର୍ଟକୁ ଆସିଲେ ଅଭିଯୁକ୍ତ

Published By : Prameya | December 3, 2024 11:48 AM

କଟକ,୦୩/୧୨: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାରେ ଅନେକ ଅଭିଯୁକ୍ତ ଆଗୁଆ ଜାମିନ ଆବେଦନ କରି ହାଇକୋର୍ଟଙ୍କ  ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୁକ୍ତମାନେ ହେଲେ ବଳଭଦ୍ର ଦାସ, ବିନୟ ଭୂଷଣ  ପଟ୍ଟନାୟକ, ପରେଶ ବିଶ୍ୱାଳ, ରେଣୁପ୍ରଭା ବିଶ୍ୱାଳ ପ୍ରମୁଖ । ସମ୍ଭାବ୍ୟ ଗିରଫଦାରୀକୁ  ଏଡ଼ାଇବା ଲାଗି ଏହି ଅଭିଯୁକ୍ତମାନେ ହାଇକୋର୍ଟକୁ ଆସିଛନ୍ତି । କିଛିଦିନ ତଳେ  ଧର୍ମଶାଳା ବିଧାୟକ ଶ୍ରୀ ସାହୁଙ୍କୁ ବିଜେଡି ନେତା ପ୍ରଣବ ପ୍ରକାଶ (ବବି)  ଦାସଙ୍କ ଭାଇ ଭବ ପ୍ରସାଦ ଦାସ (ଲଲ)ଙ୍କ ସମେତ କିଛି ସମର୍ଥକ ଆକ୍ରମଣ  କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଯାଜପୁର ପୁଲିସ ଉପରୋକ୍ତ  ବ୍ୟକ୍ତିମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା । ଘଟଣା ରାଜ୍ୟ ରାଜନୀତିରେ  ହଇଚଇ ସୃଷ୍ଟି କରିଥିଲା । ଏବେ ବି ଏନେଇ ରାଜନୈତିକ ଉଷ୍ମତା ଥମିନାହିଁ ।  

ଉଲ୍ଲେଖଯୋଗ୍ୟ ଯେ, ଏହି ଘଟଣାରେ ବିଚିତ୍ରପୁର ପଞ୍ଚାୟତର ସରପଞ୍ଚ  ଦେବାଶିଷ ପଣ୍ଡା ମଧ୍ୟ ଆଗୁଆ ଜାମିନ୍‌ ଆବେଦନ କରି ହାଇକୋର୍ଟଙ୍କ  ଦ୍ୱାରସ୍ଥ ହୋଇଥିଲେ । ହାଇକୋର୍ଟରୁ ତାଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.