ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ଉତ୍ତମ ମହାନ୍ତିଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

Published By : Rasmita Pradhan | March 7, 2025 1:40 PM

ଭୁବନେଶ୍ୱର, ୦୭/ ୦୩ : ଓଲିଉଡ୍ ସୁପରଷ୍ଟାର ସ୍ଵର୍ଗତ ଉତ୍ତମ ମହାନ୍ତିଙ୍କ ପରିବାର ସଦସ୍ୟଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଉତ୍ତମ ମହାନ୍ତିଙ୍କ ଭୁବନେଶ୍ଵର ସ୍ଥିତ ବାସଭବନକୁ ଯାଇ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି। 

ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ, ଲୋକପ୍ରିୟ ଅଭିନେତା ସ୍ୱର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନକୁ ଯାଇ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଅପରାଜିତା ଅପା, ବାବୁସାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଭେଟିଲି। ସ୍ୱର୍ଗତ ଉତ୍ତମ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା। ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କର ଜୀବନବ୍ୟାପୀ ସାଧନା ଓ କୃତି ପାଇଁ ସେ ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରିବା ନେଇ ପ୍ରାର୍ଥନା କରିଛନ୍ତି ।

ଏହି ଖବରଟିକୁ ପଢନ୍ତୁ-ଏସ୍‌ଟିଏ ଯୁଗ୍ମ କମିଶନରଙ୍କ ୧୦ କୋଟିର ସମ୍ପତ୍ତି ଠାବ, ଗିରଫ କଲା ଭିଜିଲାନ୍ସ

ଗତ ୨୭ ତାରିଖ ରାତି ୧୧ଟା ସମୟରେ ଓଲିଉଡ୍‌ ସୁପର୍‌ଷ୍ଟାର୍‌  ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି। ନୂଆଦିଲ୍ଲୀ ଗୁରୁଗାଓଁସ୍ଥିତ ମେଦାନ୍ତ  ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ ଲିଭର୍‌ ସିରୋସିସ୍‌ ଓ ନିମୋନିଆରେ ଗୁରୁତର ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଅଧିକ ଚିକିତ୍ସା ଲାଗି  ଗତ ୮ ତାରିଖରେ ଭୁବନେଶ୍ୱରରୁ ଏୟାରଲିଫ୍ଟ ହୋଇ ନୂଆଦିଲ୍ଲୀ ଯାଇଥିଲେ । ସେଠାରେ ଦୀର୍ଘ ୨୦ଦିନ ଧରି ଚିକିତ୍ସିତ ହେବା ପରେ ଶେଷ ନିଃଶ୍ଵାସ ତ୍ୟାଗ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.