ଭୁବନେଶ୍ବର, ୧୮।୧୧ : ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ ବୋଲି ସେ କହିଛନ୍ତି ।
ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୋୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।