PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ
  • ||
  • ଜଳେଶ୍ବର : ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର, ଜଣେ ମୃତ ଓ ୭ ଗୁରୁତର
  • ||
  • ସମ୍ବଲପୁର : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ପିଶାଚ ସ୍ଵାମୀ
  • ||
  • ଭୁବନେଶ୍ଵର : ନିଅଣ୍ଟିଆ ଜୁନ, ଆସୁଛି ଦୁଇଟି ଲଘୁଚାପ, ୪ରୁ ବଢ଼ିବ ବର୍ଷା
  • ||
  • ପୁରୀ : ସୁଦର୍ଶନଙ୍କ ବାଲୁକାକଳା ରେକର୍ଡ, ପୁରୀ ବେଳାଭୂମିରେ ତିଆରି କଲେ ୧୨୫ ବାଲି ରଥ
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଲା କରୋନା, ୨୦୦ ଟପିଲା ଦୈନିକ ସଂକ୍ରମଣ
  • ||
  • ଭୁବନେଶ୍ଵର : ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା
  • ||
  • ଭୁବନେଶ୍ଵର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
  • ||

ସବୁ କଥାରେ ରାଜନୀତି ଖୋଜିବା ଠିକ୍ ନୁହେଁ: ଧର୍ମେନ୍ଦ୍ର

ଭୁବନେଶ୍ୱର ୨୩/୬: ବିଜେପିର ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗରେ ଅନେକ ନେତା ଭିନ୍ନ ଭିନ୍ନ ମତ ଦେଉଛନ୍ତି । ତେବେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ଯସଭା ପ୍ରାର୍ଥୀ କରିବା ନେଇ ବିଜେପି-ବିଜେଡି ମଧ୍ଯରେ ହୋଇଥିବା ବୁଝାମଣାରେ କିଛି ବାଧ୍ୟବାଧକତା ନାହିଁ । ଏହା ଏକ ଖୋଲା ବୁଝାମଣା ବୋଲି ସେ କହିଛନ୍ତି ।

ବିଜେପିର ରାଜ୍ୟସଭା ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ବକୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ପଛରେ କୌଣସି ବାଧ୍ୟବାଧକତା ଥିବା ମତେ ଲାଗୁନି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

ଏହା ଏକ ଖୋଲା ବୁଝାମଣା । ଏଥିରେ ଅଘୋଷିତ ମେଣ୍ଟ, ଗୁପ୍ତ ବୁଝାମଣା କିମ୍ବା ଅନ୍ଯକିଛି ଆକଳନ କରିବା ନିରର୍ଥକ ବୋଲି ସେ କହିଛନ୍ତି । ଓଡିଶାର ସ୍ୱାର୍ଥପାଇଁ ଅଶ୍ୱିନୀଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀ ସମର୍ଥନ ମାଗିଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଅଶ୍ୱୀନଙ୍କୁ ଖୋଲାଖୋଲି ସମର୍ଥନ କରିଛନ୍ତି । ତେଣୁ ଏହା ଗୁପ୍ତ ବୁଝାମଣା ନୁହେଁ, ଖୋଲା ବୁଝାମଣା । ଏହି ବୁଝାମଣା ପଛରେ ବିକାଶ ହିଁ ମୁଖ୍ୟ କାରଣ । ସବୁକଥାରେ ରାଜନୀତି ଖୋଜିବା ଠିକ୍ ନୁହେଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସମ୍ବନ୍ଧିତ ଖବର