ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ମୋଦି ସରକାର ୩.୦ : କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

Published By : Prameya | June 9, 2024 8:56 PM

ନୂଆଦିଲ୍ଲୀ-  ମୋଦି ସରକାରର ୩.୦ ପାଳିରେ ରବିବାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ। ପୁଣିଥରେ ସେ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ପାଇଛନ୍ତି। ମୋଦି-ଶାହଙ୍କର ପୁଣି ବିଶ୍ୱାସ ଜିତିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ସେ ସମ୍ବଲପୁର ଲୋକସଭାରୁ ନିର୍ବାଚିତ ହୋଇଛନ୍ତି । ପେଟ୍ରୋଲିୟମ , ପ୍ରାକୃତିକ ଗ୍ୟାସ , ଇସ୍ପାତ ଓ ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଅନେକ ଅଭିଜ୍ଞତା ତାଙ୍କ ପାଖରେ ରହିଛି । ଗତ ପାଳିରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଥିବା ଧର୍ମେନ୍ଦ୍ରଙ୍କୁ ଏଥର କେଉଁ ବିଭାଗ ମିଳିବ ତାହା ବିଭାଗ ବଣ୍ଟନ ବେଳେ ସ୍ପଷ୍ଟ ହେବ। ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନ ବିହାର ଓ ମଧ୍ୟ ପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। 

ମୋଦି ସରକାର ୩.୦ରେ ପୁଣି ସାମିଲ ହେଲେ ଅମିତ ଶାହ

ଏହାସହ ଓଡ଼ିଶାରୁ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସୁନ୍ଦରଗଡ ସାଂସଦ ଜୁଏଲ ଓରାମ। ଚଳିତ ଥର ମୋଦୀ କ୍ୟାବିନେଟରେ ତାଙ୍କୁ ସ୍ଥାନ ମିଳିଛି। ଜୁଏଲଙ୍କୁ କେଉଁ ବିଭାଗ ମିଳିବ ତାହା ସ୍ପଷ୍ଟ ହୋଇନାହିଁ। ମୋଦୀ ସରକାରଙ୍କ ପ୍ରଥମ ପାଳିରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିବା ବେଳେ,  ଦ୍ୱିତୀୟ ପାଳିରେ ତାଙ୍କୁ ମୋଦୀ କ୍ୟାବିନେଟରେ ସ୍ଥାନ ମିଳିନଥିଲା।

ଉଲ୍ଲେଖନୀୟ ଯେ, ୧୮ତମ ଲୋକସଭା ନିର୍ବାଚନରେ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ବିଜୟ ପରେ ବିଜେପି ନେତା ନରେନ୍ଦ୍ର ମୋଦି ଲଗାତାର ୩ୟ ଥର ଭାରତର ପ୍ରଧାନମନ୍ତ୍ରୀ ପଦର ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏଠାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହାସହ ମୋଦି ଲଗାତାର ୩ୟ ଥର ପ୍ରଧାନମନ୍ତ୍ରୀ ହେବାରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହର ଲାଲ ନେହରୁଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି ।

ମୋଦୀଙ୍କ ତୃତୀୟ ପାଳିରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ରାଜନାଥ ସିଂହ, ଅମିତ ଶାହ, ନିତିନ ଗଡ଼କରୀ, ଜଗତ ପ୍ରକାଶ ନଡ୍ଡା, ଶିବରାଜ ସିଂହ ଚୌହାନ, ନିର୍ମଳା ସୀତାରମଣ, ଡ. ସୁବ୍ରମଣ୍ୟମ୍‌ ଜୟଶଙ୍କର, ମନୋହର ଲାଲ ଖଟ୍ଟର, ଏଚ୍‌ଡି କୁମାର ସ୍ବାମୀ, ପୀୟୂଷ ଗୋୟଲ, ଜୀତନ ରାମ ମାଂଝୀ, ରାଜୀବ ରଂଜନ ସିଂହ (ଲଲନ ସିଂହ), ସର୍ବାନନ୍ଦ ସୋନୱାଲ, ଧୀରେନ୍ଦ୍ର କୁମାର, କେ ରାମ ମୋହନ ନାଇଡୁ, ପ୍ରହ୍ଲାଦ ଯୋଶୀ, ଜୁଏଲ୍‌ ଓରାମ , ଅଶ୍ୱନୀ ବୈଷ୍ଣବ ପ୍ରମୁଖ ଶପଥ ଗ୍ରହଣ କରିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.