ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା

Published By : Harapriya Sethi | October 23, 2024 12:27 PM

ଭୁବନେଶ୍ୱର,୨୩/୧୦: ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା 'ଦାନା'। ଏଭଳି ସ୍ଥିତିରେ ରାଜ୍ୟବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଏହାରି ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଛନ୍ତି । ନିଜ ଟ୍ୱିଟ୍‌ରେ ସେ ଲେଖିଛନ୍ତି,"ସାମୁଦ୍ରିକ ବାତ୍ୟା ‘ଦାନା’ ଦ୍ୱାରା ଜଗତସିଂହପୁର, ଭଦ୍ରକ, ମୟୂରଭଞ୍ଜ, ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ବିଶେଷ ଭାବରେ ପ୍ରଭାବିତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବାତ୍ୟାର ମୁକାବିଲା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରାଯାଉଛି ।" 

ସେ ଆହୁରି ମଧ୍ୟ ଲେଖିଛନ୍ତି "ରାଜ୍ୟରେ ଧନ ଜୀବନକୁ ସୁରକ୍ଷିତ ରଖିବା ସହିତ ବାତ୍ୟାର ସଫଳ ମୁକାବିଲା କରିବା ନିମନ୍ତେ ଆମ ସରକାର ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛନ୍ତି । ଏଭଳି ସମୟରେ ଜନସାଧାରଣ ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ବାତ୍ୟା ସତର୍କ ସୂଚନା ମାନିବାକୁ ଅନୁରୋଧ କରୁଛି ।"

"ଆମ ଦଳର କାର୍ଯ୍ୟକର୍ତ୍ତାମାନେ ନିଜର ଶକ୍ତି ଓ ସାମର୍ଥ୍ୟ ସହ ବାତ୍ୟା ପ୍ରଭାବିତ ହେବାକୁ ଥିବା ସ୍ଥାନର ଲୋକମାନଙ୍କୁ ସାହାଯ୍ୟ ସହଯୋଗ କରିବା ପାଇଁ ଅନୁରୋଧ କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟରେ ଜନସାଧାରଣଙ୍କର କିଛି କ୍ଷତି ନ ହେଉ, ଏହା ହିଁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।"

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.