PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ସାମାନ୍ୟ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଛାତ ଉପରୁ ଖସିପଡ଼ିଲେ ଯୁବକ

ଢେଙ୍କାନାଳ, ୨୫/୦୯ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କାଙ୍କଡ଼ପାଳ ଗ୍ରାମରେ ସାମାନ୍ୟ ବଚସାକୁ ନେଇ ଫାଙ୍କା ଗୁଳିଚାଳନା। ଭୟରେ ଛାତ ଉପରୁ ଖସିପଡ଼ି ଜଣେ ଆହତ। ଗତକାଲି ବିଳମ୍ବିତ ରାତିର ଏଭଳି ଘଟଣା ଘଟିଛି। ଘଟଣାସ୍ଥଳରୁ ୩ ଖୋକା ଜବତ କରିଛି ପୋଲିସ।

ସୂଚନା ଅନୁଯାୟୀ, କାଙ୍କଡ଼ପାଳ ଗ୍ରାମରେ ଗଣେଶ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଥିଲା । ଯାହାକୁ ଆଧାର କରି ରବିବାର ଦିନ କାଙ୍କଡ଼ପାଳ ଗାଁରେ ୩ ରାଉଣ୍ଡ ଫାଙ୍କା ଗୁଳି ଚଳାଇଥିଲେ ଦୁର୍ବୃତ୍ତ । ଏହାପରେ ଘଟଣାସ୍ଥଳରୁ ଫେରାର ମାରିଛନ୍ତି ଦୁର୍ବୃତ୍ତ । ତେବେ ଏହି ଫାଙ୍କା ଗୁଳି ଚାଳନା ଶବ୍ଦ ଶୁଣି ଛାତ ଉପରେ ଚଢିଥିବା ଜଣେ ଯୁବକ ଭୟରେ ଖସିପଡ଼ି ଗୁରୁତର ହୋଇଛନ୍ତି । ଯାହାଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।