PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ବିଭତ୍ସ ହତ୍ୟା, କଟୁରୀରେ ହାଣି ସ୍ତ୍ରୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ନୃଶଂସ ସ୍ଵାମୀ

ଢେଙ୍କାନାଳ, ୧୫/୦୭ : ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା। କଟୁରୀରେ ହାଣି ସ୍ତ୍ରୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ନୃଶଂସ ସ୍ଵାମୀ। ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଚନ୍ଦ୍ରଶେଖରପୁରରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀର କଟାମୁଣ୍ଡ ଧରି ଜୋରନ୍ଦା ଫାଣ୍ଡିକୁ ଯାଉଥିବାବେଳେ ଖାଙ୍କିରା ନିକଟରେ ଅଭିଯୁକ୍ତ ସ୍ଵାମୀକୁ କାବୁ କଲେ ସ୍ଥାନୀୟ ଲୋକେ।

ସୂଚନାନୁଯାୟୀ, ଚନ୍ଦ୍ରଶେଖରପୁର ଗ୍ରାମର ସଚଳା ମାଝୀ ଓ ନାକଫୋଡି ମାଝୀଙ୍କର ଗୋଟିଏ ଝିଅ ବିବାହ କରି ସାରିଥିବା ବେଳେ ପୁଅ ବାହାରେ ରହି କାମ କରୁଛନ୍ତି। ତେବେ ସଚଳାଙ୍କ ଚରିତ୍ରକୁ ନେଇ ଉଭୟ ପତି ପତ୍ନୀ ମଧ୍ୟରେ ଅନେକ ସମୟରେ ଝଗଡ଼ା ଲାଗି ରହୁଥିଲା। ଗତକାଲି ପୁଣି ଥରେ ସ୍ଵାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସ୍ଵାମୀ ନାକଫୋଡି ତାଙ୍କ ସ୍ତ୍ରୀଙ୍କୁ ଏକ କଟୁରି ସାହାଯ୍ୟରେ ହାଣି ମୁଣ୍ଡ ଗଣ୍ଡି ଅଲଗା କରିଦେଇଛନ୍ତି। ଏହାପରେ ଆଜି ଭୋର୍ ସମୟରେ କଟାମୁଣ୍ଡ ଧରି ଜୋରନ୍ଦା ଫାଣ୍ଡି ଅଭିମୁଖେ ଯାଉଥିବା ବେଳେ ବାଟରେ ଜଂଖିରା ଗ୍ରାମ ନିକଟରେ ସ୍ଥାନୀୟ ଲୋକେ ତାଙ୍କୁ କାବୁ କରି ପୋଲିସକୁ ଖବର ଦେଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାକଫୋଡ଼ିଙ୍କୁ ଗିରଫ କରିବା ସହ କଟାମୁଣ୍ଡ ଓ କଟୁରୀ ଜବତ କରିଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।

ସମ୍ବନ୍ଧିତ ଖବର