PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

ହତ୍ୟା ଧମକ ପରେ ବଢିଲା ବାଗେଶ୍ବର ଧାମ୍ ସରକାର ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା, Y ବର୍ଗର ସୁରକ୍ଷା ଯୋଗାଇଲା କେନ୍ଦ୍ର…

ନୂଆଦିଲ୍ଲୀ : ପ୍ରସିଦ୍ଧ ଧାର୍ମିକ ପ୍ରବଚକ ତଥା ବାଗେଶ୍ୱର ଧାମର ସରକାର ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି । ତାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇ ଦିଆଯାଇଛି । ଏହାକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି । କିଛି ସମୟ ପୂର୍ବରୁ ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କୁ ହତ୍ୟା ଧମକ ମିଳିଥିଲା । ଏଥିପାଇଁ ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଅନୁରୋଧ କରାଯାଇଥିଲା । କେନ୍ଦ୍ର ସରକାର ଏବେ ତାଙ୍କୁ ଏହି ସୁରକ୍ଷା ଯୋଗାଇ ଦେଇଛନ୍ତି । ତେବେ  Y ବର୍ଗର ସୁରକ୍ଷାରେ ଗୋଟିଏ କିମ୍ବା ଦୁଇଟି କମାଣ୍ଡୋକୁ ନେଇ ଗଠିତ । ଏହି ସୁରକ୍ଷା ସର୍କଲରେ ଆଠ ଜଣ ଯବାନ ଜଡିତ ରହିଥାନ୍ତି ।

ସୂଚନାଥାଉକି, ଯେ ବାଗେଶ୍ୱର ଧାମ ସରକାର ପଣ୍ଡିତ ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କୁ କିଛି ମାସ ପୂର୍ବରୁ ତାଙ୍କ ପରିବାର ସହିତ ହତ୍ୟା କରିବାକୁ ଧମକ ମିଳିଥିଲା । ଅମର ସିଂ ନାମକ ଜଣେ ବ୍ୟକ୍ତି ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଦାଦାଙ୍କ ପୁଅକୁ ଧମକପୂର୍ଣ୍ଣ ଫୋନ୍ କରିଥିଲେ । କଲ୍ କରିଥିବା ବ୍ୟକ୍ତି କହିଥିଲେ ଯେ, ଧିରେନ୍ଦ୍ର ଶାସ୍ତ୍ରୀଙ୍କ ସହ ତାଙ୍କ ପରିବାରର ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତ ହୁଅ । ଏହି କଲ୍ ପରେ ପୋଲିସ ଏକ ଏଫ୍ଆଇଆର୍ ପଞ୍ଜିକରଣ କରିଥିଲା ।

ସମ୍ବନ୍ଧିତ ଖବର