ପୁରୀ, ୧୮/୧୨ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି କରାଯିବ । ଏଥିଯୋଗୁ ଦିନ ସାଢ଼େ ୨ଟାଠାରୁ ସନ୍ଧ୍ୟା ୬ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । 

ଏଥିରେ କୁହାଯାଇଛି ଯେ, ପହିଲି ଭୋଗ ମାସରେ ଦୈନିକ ଦିବା ପହୁଡ଼ ଅନ୍ୟତମ ନୀତି ହୋଇଥିଲେ ହେଁ ପହିଲି ଭୋଗ ମାସରେ ଦର୍ଶନାର୍ଥୀଙ୍କ ଅତ୍ୟଧିକ ଭିଡ଼ ରହିବା ସହିତ ରତ୍ନଭଣ୍ଡାର ଗୃହ ମରାମତି କାର୍ଯ୍ୟ ପାଇଁ ସମୟ ଆବଶ୍ୟକ ହେଉଥିବାରୁ ଦୈନିକ ଦିବା ପହୁଡ଼ କରା ନଯାଇ କେବଳ ପରମ୍ପରାର ପ୍ରତୀକ ସ୍ୱରୂପ ପହିଲି ଭୋଗ ମାସରେ ଗୋଟିଏ ଦିନ ଦିବା ପହୁଡ଼ କରାଯିବାକୁ ଗତ ୧୦ତାରିଖରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକ ନିଷ୍ପତ୍ତି ହୋଇଥିଲା ।