ପ୍ରମୂଖ ଖବର
  • ପୋପ୍ ପ୍ରାନ୍‌ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ
  • ||
  • ପୁରୀ: ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ବାଣୀବିହାର କ୍ୟାମ୍ପସ୍‌ରୁ ହଟିବେ ଅଣଛାତ୍ର, ପୁଲିସ ଡିଜିଙ୍କୁ ଚିଠି ଲେଖିଲେ କୁଳପତି
  • ||
  • କଳାହାଣ୍ଡି: ଲୁଗା ଶୁଖାଇବା ବେଳେ ଲାଗିଲା ବିଦ୍ୟୁତ୍‌ ଝଟ୍‌କା, ମା’ କୁ ବଞ୍ଚାଇବାକୁ ଯାଇ ଚାଲିଗଲା ପୁଅର ଜୀବ
  • ||
  • କେନାଲ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଠାବ, ହତ୍ୟା ସନ୍ଦେହ
  • ||
  • ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ
  • ||
  • IPL 2025: ଆଜି ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ଏକାନ୍ନାରେ ପୁଣି ହେବ ରାହୁଲ ରାଜୁତି
  • ||
  • କଟକ ଗତିରାଉତପାଟଣା ନିକଟରେ ପିସିଆର ଗାଡ଼ିକୁ ଧକ୍କା ଦେଲା ହାଇୱା, ୨ ପୋଲିସ କର୍ମଚାରୀ ମୃତ, ଜଣେ ଆହତ
  • ||
  • ପଶ୍ଚିମ, ଆଭ୍ୟନ୍ତରୀଣରେ ବର୍ଷୁଛି ନିଆଁ, ୪୫ ଡିଗ୍ରୀ ଡେଇଁଲା ପାରଦ: ଆଜିଠାରୁ ଗ୍ରୀଷ୍ମ ଲହରୀ, ୨୩ରୁ ସାଂଘାତିକ ତାତି
  • ||

ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡିଙ୍କ ଉପରେ ଆକ୍ରମଣ, ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି

Published By : Prameya | March 16, 2025 10:06 AM

ବ୍ରହ୍ମପୁର ୧୬/୦୩:  ସାଂସଦ ପ୍ରତିନିଧି ତଥା ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଦିଗପହଣ୍ଡିରେ ଆକ୍ରମଣ। ମନରେଗା କାମକୁ ନେଇ ଆକ୍ରମଣ ହୋଇଥିବା ଅଭିଯୋଗ। ଗୁରୁତର ଅବସ୍ଥାରେ ହରିବନ୍ଧୁ ରେଡ୍ଡୀଙ୍କୁ ପ୍ରଥମେ ଚିକିଟି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଦିଗପହଣ୍ଡି ପୋଲିସକୁ ଖବର ଦିଆଯାଇଥିବା ଜଣାପଡିଛି।

ସୂଚନା ଅନୁଯାଇ, ପଞ୍ଚାୟତରେ ହୋଇରହିଥିବା ଏମନରେଗା କାମର ଅନିୟମିତତା ଓ ଏହାର ଭିଜିଲାନ୍ସ ତଦନ୍ତକୁ କେନ୍ଦ୍ରକରି କେ ହରିବନ୍ଧୁ ରେଡି ଓ ତାଙ୍କ ପ୍ରତିପକ୍ଷ ସରପଞ୍ଚ ଗୋଷ୍ଠୀ ମଧ୍ୟରେ ଛକପଞ୍ଝା ସ୍ଥିତି ଲାଗିରହିଥିଲା। ଏହାକୁ କେନ୍ଦ୍ରକାରି ତାଙ୍କ ଉପରେ ଶନିବାର ରାତି ପ୍ରାୟ ୧୦ ବେଳେ ହାରିବନ୍ଧୁ ରେଡି ତାଙ୍କ ସାମର୍ଥକ ମାନଙ୍କ ସହିତ ମିଶି କୌଣସି ବିଷୟ ଉପରେ ଆଲୋଚନା କରୁଥିବା ସମୟରେ ପ୍ରତିପକ୍ଷ ଗୋଷ୍ଠୀର ଯୁବକ ମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣରେ ତାଙ୍କ ମୁହଁ ଓ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ଘାଟଣା ସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏ ସମ୍ପର୍କରେ କେ. ନୂଆଗାଁ ଥାନା ଆଇ. ଆଇ. ସି କିଶୋର କୁମାର ସଶମଲ ସହ ଯୋଗାଯୋଗ କରିବାରୁ ଏହା ତଦନ୍ତ କରାଯାଉଛି ବୋଲି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.