ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ମରଣଯନ୍ତା ପାଲଟିଛି ଭଙ୍ଗାଦଦରା ରାସ୍ତା; ମରାମତି ପାଇଁ ଦାବୀ କଲେ ରାଇଗୁଡ଼ା ଗ୍ରାମବାସୀ ସମେତ ସ୍ଥାନୀୟ ଅଞ୍ଚଳବାସୀ

Published By : Bijay Swain | May 26, 2025 7:45 PM

ଫିରିଙ୍ଗିଆ, ୨୭/୫: ସରକାରଙ୍କ ତରଫରୁ ଜନସାଧାରଣଙ୍କ ସୁବିଧା ପାଇଁ ରାସ୍ତାଘାଟ ହେଉ କି ଅନ୍ୟାନ୍ୟ ବ୍ୟବସ୍ଥା ହେଉ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଏସବୁ ଟଙ୍କା ଠିକ ଜାଗାରେ ଆଉ ଠିକ ପରିମାଣରେ ବିନିଯୋଗ ହୋଇ ପାରୁନଥିବା ବେଳେ ଠିକାଦାର ହେଉ କି ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ରାସ୍ତା ନିର୍ମାଣ କମ ଦିନରେ ଖରାପ ହେଉଯାଉଛି। 

କେଉଁଠି ପିଚୁ ଉଠିଯାଉଛି ତ କେଉଁଠି ନିମ୍ନ ମାନର କାର୍ଯ୍ୟ ଯୋଗୁଁ ରାସ୍ତା କାର୍ଯ୍ୟ ନ ସରୁଣୁ ରାସ୍ତା ନଷ୍ଟ ହୋଇ ଯାଉଛି। ଆଉ କେଉଁଠି ରାସ୍ତାର ଅବସ୍ଥା ଶୋଚନୀୟ ହୋଇ ମରଣ ଯନ୍ତା ପାଲଟି ଧନ ଜୀବନ ହାନି ହେଉଥିଲେ ମଧ୍ୟ ପ୍ରଶାସନ ମରାମତି ପାଇଁ ଗୁରୁତ୍ୱ ଦେଉନଥିବା ଏବଂ ଏଥିପ୍ରତି ଦୃଷ୍ଟି ପଡୁନାହିଁ। ରାସ୍ତା ଅବସ୍ଥା ଶୋଚନୀୟ ହୋଇ ଜନସାଧାରଣ ବହୁ ଅସୁବିଧା ର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି l 

ଏମିତି ଏକ ମରଣ ଯନ୍ତା ପାଲଟି ଥିବା ରାସ୍ତା ଦେଖିବାକୁ ମିଳିଛି ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ବୃଡ଼ିପଡ଼ା ଠାରୁ ବାଘପଦର ଦେଇ ରାଇଗୁଡ଼ାକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ l ଏହି ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ସାମିଲ କରିବା ସହ ଗତ ୨୦୧୭ ମସିହାରେ ନିର୍ମାଣ କରାଯାଇଥିଲା। ବର୍ତମାନ ତାହା ପିଚୁ ଉଠି ଖାଲ ଖମାରେ ଭର୍ତି ହେବା ସହ ରାସ୍ତାର ଅଧିକାଂଶ ସ୍ଥାନରେ ଗୋଡ଼ି ବାହାରି ପଡ଼ି ରହିଥିବାରୁ ଜନସାଧାରଣ ହେଉ କି ରାସ୍ତାରେ ଯାଉଥିବା ବାଇକ ଚାଳକ ଯିବା ଆସିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯାହା ଫଳରେ ଅଧିକାଂଶ ସମୟରେ ବାଇକ ଆରୋହୀ ହେଉ କି ସାଇକେଲ ଆରୋହୀ ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ବରଣ କରିଥିବା ଭଳି ଅଭାବନୀୟ ଘଟଣାମାନ ଘଟିଛି l 

ଏହି ରାସ୍ତାରେ ପ୍ରତିଦିନ ବିଭିନ୍ନ ବିଦ୍ୟାଳୟ ଓ କଲେଜର ଛାତ୍ରଛାତ୍ରୀଙ୍କ ସମେତ ଶତାଧିକ ଜନସାଧାରଣ ଦୈନିକ ଯିବା ଆସିବା କରୁଛନ୍ତି ଓ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ତୁରନ୍ତ ପ୍ରଶାସନ ଗୁରୁତ୍ୱ ଦେଇ ରାସ୍ତା ମରାମତି କରିବାକୁ ୮ ରୁ ୯ ଖଣ୍ଡ ଗ୍ରାମବାସୀଙ୍କ ସହ ସ୍ଥାନୀୟ ଅଞ୍ଚଳବାସୀ ଦାବୀ କରିଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.