ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍‌କୁ ଓଆର୍‌ଏସ୍ ଓ ଜଳ ବଣ୍ଟନ

ଭୁବନେଶ୍ୱର, ୨୩/୪ : ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବାବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍‌ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ଲାଗି ସହାୟତାର ହାତ ବଢ଼ାଇଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ପୋଲିସ୍ ଓ ଟ୍ରାଫିକ ପୋଷ୍ଟରେ କାର୍ଯ୍ୟରତ କର୍ମଚାରୀମାନେ ପ୍ରାୟ ୮ ଘଂଟା ଧରି ପ୍ରଚଣ୍ଡ ଖରା ସମୟରେ କାର୍ଯ୍ୟ କରୁଥିବାବେଳେ ସେମାନଙ୍କୁ ସହାୟତାର ହାତ ବଢ଼ାଇବା ଲାଗି ସୋଆର ଏନ୍‌ଏସ୍‌ଏସ୍ ଓ ଏନ୍‌ସିସି ଶାଖା ଏଭଳି ମହତ୍ କାର୍ଯ୍ୟ ହାତକୁ ନେଇଥିବା କହିଛନ୍ତି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ।

ପ୍ରଥମ ପର୍ଯ୍ୟାୟରେ ମଙ୍ଗଳବାର କମିଶନରେଟ ପୋଲିସ୍ ଓ ବିଭିନ୍ନ ଟ୍ରାଫିକ୍ ପୋଷ୍ଟରେ କାର୍ଯ୍ୟରତ ପୋଲିସ୍ କର୍ମଚାରୀମାନଙ୍କୁ ୫୦୦୦ ଓଆର୍‌ଏସ୍ ପ୍ୟାକେଟ୍ ଓ ୨୦୦୦ ପାଣି ବୋତଲ ପ୍ରଦାନ କରାଯାଇଥିବା ପ୍ରଫେସର ମଲ୍ଲିକ୍ କହିଛନ୍ତି । ପରବର୍ତ୍ତି ପର୍ଯ୍ୟାୟରେ ରାଜଧାନୀର ସବୁ ଟ୍ରାଫିକ୍ ପୋଷ୍ଟରେ ପାଣି ଓ ଓଆର୍‌ଏସ୍ ବଂଟନ କରାଯିବ ବୋଲି ସେ କହିଛନ୍ତି । କମିଶନରେଟ ପୋଲିସ କାର୍ଯ୍ୟାଳୟରେ ପୋଲିସ୍ କମିଶନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂଙ୍କ ଉପସ୍ଥିତିରେ ପ୍ରଫେସର ମଲ୍ଲିକ ଏବଂ ସୋଆର ଏନ୍‌ସିସି କ୍ୟାଡେଟମାନେ ଏହି ପାଣି ବୋତଲ ଓ ଓଆରଏସ୍ ପ୍ୟାକେଟ ପ୍ରଦାନ କରିଛନ୍ତି । 

ପୋଲିସ୍ କମିଶନର ଶ୍ରୀ ପଣ୍ଡା ସୋଆର ଏଭଳି ପଦକ୍ଷେପକୁ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ଟ୍ରାଫିକ ଡିସିପି ପି.କେ. ରାଉତ ଏବଂ ସୋଆର ଆସୋସିଏଟ୍ ଏନ୍‌ସିସି ଅଫିସର (ଏଏନ୍‌ଓ) ଡକ୍ଟର ସତୀଶ କୁମାର ସାମଲ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.