ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର; ଅଭିଯୋଗର ସମାଧାନ ପାଇଁ ବିଭିନ୍ନ ଅଧିକାରୀଙ୍କୁ ଦେଲେ ନିର୍ଦ୍ଦେଶ

Published By : Bijay Swain | June 23, 2025 10:04 PM

କୋକସରା,୨୩/୦୬: କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରତି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜନ ହେଉଥିବା ବେଳେ ସୋମବାର କୋକସରା ବ୍ଲକ ସଭାଗୃହ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା, ଧର୍ମଗଡ଼ ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କି, ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଅଧିକାରୀ ସିଡିଓ ଦୟାମୟ ପାଢ଼ୀ, କୋକସରା ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ସମେତ ଜିଲ୍ଲାର ସ୍ୱାସ୍ଥ୍ୟ, ଶିକ୍ଷା, ଗ୍ରାମ୍ୟ ଉନ୍ନୟନ, ପୁର୍ତ୍ତ ବିଭାଗ, ସାମାଜିକ ସୁରକ୍ଷା, ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଜିଲ୍ଲା ପଞ୍ଚାୟତ ବିଭାଗ, ସମନ୍ୱୟ ଶିଶୁ ପ୍ରକଳ୍ପ ବିଭାଗ, ଜଳସେଚନ ବିଭାଗ, ବିଦ୍ୟୁତ ବିଭାଗ, କୃଷି ବିଭାଗ, ଉଦ୍ୟାନ କୃଷି ବିଭାଗ, ସମାଜ ମଙ୍ଗଳ ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ, ମତ୍ସ୍ୟ ବିଭାଗ, ଜଙ୍ଗଲ ବିଭାଗ ସମେତ ଅନ୍ୟ ବିଭାଗର ଜିଲ୍ଲା ଉଚ୍ଚ ପଦସ୍ଥ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ। ଏହି ଅଭିଯୋଗ ଶୁଣାଣି ଶିବିରରେ କୋକସରା ବ୍ଲକର ୨୨ ପଞ୍ଚାୟତରୁ ୫୩ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ୩୦ ଗୋଟି ସାମୁହିକ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ପଞ୍ଜିକୃତ ହୋଇଛି।

ଜିଲ୍ଲାପାଳ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିବା ସହ ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ  ସମାଧାନ କରିବାକୁ ଘଟଣାସ୍ଥଳରେ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳଙ୍କ ଅଭିଯୋଗ ଶିବିରରେ କୋକସରା ସଚେତନ ନାଗରିକ ମଞ୍ଚ ପକ୍ଷରୁ କୋକସରା ଠାରେ ନିର୍ମାଣଧୀନ ନୂତନ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା, ପ୍ରସ୍ତାବିତ ଆଦର୍ଶ ଶ୍ମଶାନ ନିର୍ମାଣ ପ୍ରକ୍ରିୟା ଆରମ୍ଭ, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ପୁଲିସ ପେଟ୍ରୋଲିଂ କଡାକଡି କରିବା ନେଇ ଅଭିଯୋଗ, ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ଦୁଇ ଦୁଇଟି ପ୍ରକଳ୍ପ ନିର୍ମାଣ ପରେ ମଧ୍ୟ ବୈଷୟିକ ତୃଟି କାରଣରୁ ଜଳ ଯୋଗାଣ ବ୍ୟାହତ ବୈଷୟିକ କ୍ଷମତା ସମ୍ପନ୍ନ ଅଧିକାରୀଙ୍କ ଦ୍ବାରା ଅନୁସନ୍ଧାନ କରି ସ୍ଥାୟୀ ସମାଧାନ, ଆବସିକ ଏକଲବ୍ୟ ବିଦ୍ୟାଳୟ ପ୍ରତିଷ୍ଠା, ଗୁଡ଼ହାଣ୍ଡି ସୁରକ୍ଷା ମଞ୍ଚ ପକ୍ଷରୁ ସଭାପତି ରାଜେନ୍ଦ୍ର ନାଏକ ଡୋକାରିଚଞ୍ଚରାର ଭିତ୍ତିଭୂମି ବିକାଶ ଓ ପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଟ୍ରଷ୍ଟ ବୋର୍ଡ ଗଠନ ଭଳି ଦାବି ପ୍ରମୁଖ ରହିଥିଲା। 

କାର୍ଯ୍ୟକ୍ରମକୁ ବ୍ଲକ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା, ଜିପିଡ଼ିଓ ରାଜେନ୍ଦ୍ର ପାତ୍ର ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, କନିଷ୍ଠ ଯନ୍ତ୍ରୀ କୀର୍ତ୍ତି ବେହେରା, ଅଜୟ ସେନାପତି, ଏପିଓ ସତିଶ ରଞ୍ଜନ ବେହେରା ସମେତ  ବ୍ଲକ କର୍ମଚାରୀ ମାନେ ରହି ପରିଚାଳନାରେ ସହଯୋଗ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.