ପ୍ରମୂଖ ଖବର
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଗାଁ ଗାଁରେ ବେଆଇନ ମଦକୋଠି ଖୋଲିବା ପ୍ରତିବାଦରେ ଜିଲ୍ଲା ପରିଷଦ ସଭ୍ୟଙ୍କ ଧାରଣା

Published By : Anindita Ratha | August 26, 2025 12:29 PM

କର୍ଲାମୁଣ୍ଡା,୨୬/୮ : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକରେ ବେଆଇନ ଦେଶୀ ମଦ କୋଠିକୁ ବିରୋଧ। ଏହାକୁ ପ୍ରତିବାଦ କରି ଧାରଣାରେ ବସିଲେ ଜିଲ୍ଲା ପରିଷଦ ସଭ୍ୟ।  ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀଙ୍କ ଅଭିଯୋଗ ମୁତାବକ, ଓଡ଼ିଆମୁଣ୍ଡା ଭାଟିରୁ ଗାଁ ଗାଁକୁ ମଦ ଯୋଗାଯାଉଛି । ଗାଁ ରେ  ବେଆଇନ ଭାବେ କୋଠି ଖୋଲି ମଦ ବିକ୍ରି ହେଉଛି । ଗରିବ,ଦିନ ମଜୁରିଆମାନେ ମଦ ପିଇ ସର୍ବସ୍ୱାନ୍ତ ହେଉଛନ୍ତି ଏବଂ ପରିବାରରେ କଳିଝଗଡା ଲାଗିରହୁଛି । କଲେଜ ଛାତ୍ରଛାତ୍ରୀମାନେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି । ତେଣୁ ଏହି ବେଆଇନ ମଦକୋଠି ବନ୍ଦ କରିବାକୁ ସେ ଦାବି କରିଛନ୍ତି । 

ସେ ଆହୁରି ମଧ୍ୟ କହିଛନ୍ତି ଯେ,  ଅପମିଶ୍ରିତ ମଦ ବିକ୍ରି ହେଉଥିବାରୁ  ଚିନି ଓ ୟୁରିଆ ସାର ମିଶ୍ରଣର ତଦନ୍ତ କରାଯାଉ । ସେହିପରି ନୁଆଁଖାଇ ପୂର୍ବରୁ ସମସ୍ତ ମଦକୋଠି ଉପରେ ଚଢ଼ାଉ କରାଯାଇ ଭାଟି ମାଲିକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରି ଆଜି ସେ ଧାରଣାରେ ବସିଥିବା ବେଳେ ଅନେକ  ବ୍ୟକ୍ତି ତାଙ୍କୁ ସମର୍ଥନ ଜଣାଇ ଧାରଣାରେ ବସିଥିବା ଦେଖିବାକୁ ମିଳିଛି।








Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.