ପ୍ରମୂଖ ଖବର
  • ଯୁବକଙ୍କ ହାତଗୋଡ ବାନ୍ଧି ଭୋଗରାଇ ଥାନାରେ ନିର୍ଯାତନା ଦେବା ଘଟଣା, ଆଇଆଇସି ନିଲମ୍ବିତ
  • ||
  • ବାସୁଦେବପୁର : ଖେଳୁଥିବା ବେଳେ ପୋଖରୀରେ ପଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ଜନତା ମଇଦାନରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ, ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
  • ||
  • ରାଉରକେଲା : ୨ କାର୍‌ ସହ ବିପୁଳ ନକଲି ବିଦେଶୀ ମଦ ଜବତ, ଦୁଇ ମାଫିଆ ସହ ଚାଲାଣକାରୀ ଗିରଫ
  • ||
  • ରାଉରକେଲା : ଲଗାଣ ବର୍ଷାରେ ବେହାଲ ଇସ୍ପାତ ସହର, ଘରେ ଘରେ ପଶିଲା ପାଣି
  • ||
  • କନ୍ଧମାଳ : ସରକାରୀ ଟଙ୍କା ଆତ୍ମସାତ କରିବା ପଡ଼ିଲା ମହଙ୍ଗା, ପୂର୍ବତନ ପିଇଓ ଅକ୍ରୁର ମାଝୀ ଗିରଫ
  • ||
  • କେନ୍ଦୁଝର : ଘର ଭାଙ୍ଗି ପରିବା ଚାଷ ନଷ୍ଟ କଲେ ହାତୀ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଜାପାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ଆଜି ହେବ କାରକେଡ୍‌ ରିହର୍ସାଲ, ଜଗିବେ ୧୩୩ ପ୍ଲାଟୁନ୍‌ ଫୋର୍ସ
  • ||
  • ଅପରେସନ୍ ସିନ୍ଧୁ: ଇରାନରୁ ସ୍ବଦେଶ ଫେରିଲେ ୧୧୦ ଜଣ ଭାରତୀୟ, ଆର୍ମେନିଆ ଦେଇ ସୁରକ୍ଷିତ ଭାବରେ ଫେରିଲେ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ୍, ୨୦ରୁ ଅଧିକ ସ୍ଥାନରେ ଚଢାଉ
  • ||
  • ଘନୀଭୂତ ହେଉଛି ଲଘୁଚାପ: ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, କାଲି ୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଜିଲ୍ଲା ବିକାଶ ମେଳା ଉଦଯାପିତ, ହିତାଧିକାରୀଙ୍କୁ ଭତ୍ତା ଓ ସହାୟତା ରାଶି ଵଣ୍ଟନ

Published By : Suraj Kumar | June 19, 2025 11:16 PM

କଟକ, ୧୯।୬ : କଟକ ତଳ ବାଲିଯାତ୍ରା ପଡ଼ିଆରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ଜିଲ୍ଲା ବିକାଶ ମେଳା ଗୁରୁବାର ଉଦଯାପିତ ହୋଇଯାଇଛି। ଉଦଯାପନୀ ସନ୍ଧ୍ୟାରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ହିତାଧିକାରୀ ମାନଙ୍କୁ ଭତ୍ତା ଓ ସହାୟତା ରାଶି ଵଣ୍ଟନ କରାଯାଇଛି। 

ଏହି ଅବସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଅଣ ସଙ୍ଗଠିତ କ୍ଷେତ୍ରର ୪୦ ଜଣ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ  କରାଯାଇଥିଲା। ୨୪ ଜଣ ହିତାଧିକାରୀଙ୍କୁ ମୃତ୍ୟୁ ଜନିତ ସହାୟତା, ବିବାହ ସହାୟତା ଏବଂ ଶିକ୍ଷା ସହାୟତା ରାଶି ସ୍ୱରୂପ ମୋଟ ୩୨ ଲକ୍ଷ ୮୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା।ଏଥି ସହ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ପକ୍ଷରୁ ୭ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ତଥା ବିଧବା ଓ ଭିନ୍ନକ୍ଷମ ଆଦି ଭତ୍ତା ପ୍ରଦାନ କରାଯାଇଥିଲା।

 କାର୍ଯ୍ୟକ୍ରମରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ  ଅରବିନ୍ଦ ପଟ୍ଟନାୟକ,ଉପ ସଚିବ  ଚିତ୍ତରଞ୍ଜନ ମିଶ୍ର, ସହକାରୀ ସଚିବ  ବିବେକ ସାଶମଲ ଉପସ୍ଥିତ ଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଜଗଦୀଶ ଚନ୍ଦ୍ର ଜେନା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଶିବ ଟୋପୋ ଉପସ୍ଥିତ ରହି ଜିଲ୍ଲାରେ ଉପଯୁକ୍ତ ହିତାଧିକାରୀ ଚୟନ କରାଯାଇ ଭତ୍ତା ପ୍ରଦାନ କ୍ଷେତ୍ରରେ ଗ୍ରହଣ କରାଯାଉଥିବା  ପ୍ରଶାସନିକ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.