ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ, ସଚେତନ ଓ ସତର୍କ ହେଲେ ବିପର୍ଯ୍ୟୟର ପ୍ରଭାବକୁ ରୋକାଯାଇ ପାରିବ

Published By : Suraj Kumar | October 29, 2024 4:06 PM

ପୁରୀ ୨୯/୧୦ : ପ୍ରାକୃତିକ ବିପର୍ଯ୍ୟୟକୁ ବନ୍ଦ କରାଯାଇ ପାରିବ ନାହିଁ। କିନ୍ତୁ ସଚେତନ ଓ ସତର୍କ ହେଲେ ବିପର୍ଯ୍ୟୟର ପ୍ରଭାବ ଓ କ୍ଷୟକ୍ଷତିକୁ ରୋକାଯାଇ ପାରିବ  ।  ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ଅବସରରେ ଅତିଥିମାନେ କହିଛନ୍ତି।

ପୁରୀ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ  ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ପକ୍ଷରୁ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହେଉଛି। ଏଥିରେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ  କହିଥିଲେ ପୁରୀ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଜିଲ୍ଲା ଭାବେ ପରିଚିତ। ତେଣୁ ପ୍ରତି ମୁହୂର୍ତ୍ତରେ ଆମେ ବିବିଧ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ପୁରୀ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅତିରିକ୍ତ ଏସ ପି ସୁଶୀଲ କୁମାର ମିଶ୍ର,ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧବ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ କୁମାର ପାଢ଼ୀ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ ପ୍ରମୁଖ ନିଜ ଅଭିଜ୍ଞତା ଓ ଅନୁଭବ ରୁ ବିପର୍ଯ୍ୟୟ ର କାରଣ, ନିରାକରଣ, ଉଦ୍ଧାର, ଥଇଥାନ, ସତର୍କତା, ସଚେତନତା ଓ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

ଚଳିତ ବର୍ଷ ର ବିଷୟ ରହିଛି ଆଗୁଆ ପଦକ୍ଷେପ ପାଇଁ ପ୍ରାକ ସତର୍କ ସୂଚନା।ତେବେ ବିପର୍ଯ୍ୟୟ ର ମୁକାବିଲା ପାଇଁ ଉପଯୁକ୍ତ ଯୋଜନା, ବ୍ୟାପକ ସଚେତନତା, ବିପର୍ଯ୍ୟୟ ପୂର୍ବରୁ ସତର୍କତା, ଉଦ୍ଧାର, ଓ ପରେ ଥଇଥାନ ଓ ସହଯୋଗ ପାଇଁ ଜନ ଜାଗରଣ ଏହି ଦିବସ ପାଳନ ର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅଧିକାରୀ ମାନେ କହିବା ସହ ସୁରକ୍ଷା ଓ ବିପର୍ଯ୍ୟୟ ହ୍ରାସ ସମସ୍ତ ଙ୍କ ଦାୟିତ୍ୱ ବୋଲି କହିଥିଲେ। 

ଛାତ୍ରୀ ମୋନାଲିସା ରାଉତ, ସୁଶ୍ରୀ ପ୍ରିୟଦର୍ଶିନୀ ରାଉତ ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଜିଲ୍ଲା ଜରୁରୀ ବିଭାଗ ଅଧିକାରୀ ମନୀଷା ଷଡ଼ଙ୍ଗୀ କାର୍ଯ୍ୟକ୍ରମ ରେ ସଂଯୋଜନା କରିବା ସହ ସମସ୍ତଙ୍କୁ ସ୍ବାଗତ କରିଥିଲେ। ପରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ସହକାରୀ ଜିଲ୍ଲାପାଳ ପଞ୍ଚାନନ ପରିଜା ଧନ୍ୟବାଦ ଅର୍ପଣ କରିଥିଲେ। 

ପୂର୍ବାହ୍ନରେ ସିଂହଦ୍ୱାର ଠାରୁ ଗାନ୍ଧୀ ଘାଟ ପର୍ଯ୍ୟନ୍ତ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।ଏହାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଶୁଭାରମ୍ଭ କରିଥିଲେ। ସିଂହ ଦ୍ବାର ନିକଟରେ ଥିବା ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଘାଟଠାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ। ପରେ ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ବିପର୍ଯ୍ୟୟର ମୁକାବିଲା ପାଇଁ ବିବିଧ କୌଶଳ ଓ ଉପାୟ ପ୍ରଦର୍ଶନ କରିବା ସହ ପ୍ରଶିକ୍ଷଣ ମଧ୍ୟ ଦେଇଥିଲେ। ସେହିପରି ଆପଦ ମିତ୍ର ସ୍ବେଚ୍ଛାସେବୀମାନେ ପିଲାମାନଙ୍କୁ  ଉଦ୍ଧାର ଓ ସାହାଯ୍ୟ ଏବଂ ସିପିଆର ତାଲିମ ଦେଇଥିଲେ। ସ୍ବେଛାସେବୀ ସଂଗଠନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ସହଦେବ ସାହୁ, ବିବେକାନନ୍ଦ ସାହୁ, ସହକାରୀ ଜିଲ୍ଲାପାଳ ତନ୍ମୟ ଦାସ, ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର  ପ୍ରକଳ୍ପ ଅଧିକାରୀ ସୁକାନ୍ତ କୁମାର ଦାଶ,ଜରୁରୀ ବିଭାଗ କର୍ମଚାରୀ ରୂପଶ୍ରୀ ପଣ୍ଡା, ଲକି ମହାରଣା, ମମତା ବାରିକ, ରମେଶ ଚନ୍ଦ୍ର ବେହେରା, ରାମକୃଷ୍ଣ ବଡଜେନା, ଆଦିତ୍ୟ କୁମାର ବରାଳ,ସଞ୍ଜୟ ମହାପାତ୍ର, ରଞ୍ଜନ ବେହେରା, ପ୍ରଭାକର ବେହେରା, ଶ୍ରଦ୍ଧା ସୁମନ ମହାପାତ୍ର,ବିଶ୍ୱ ଭୂଷଣ ଦାଶ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.