ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁରୀରେ ଜିଲ୍ଲାସ୍ତରୀୟ ୮୯ତମ ଓଡ଼ିଶା ଦିବସ ପାଳିତ

ପୁରୀ, ୦୧/୦୪ : ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ଉତ୍କୃଷ୍ଟ କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାକୁ ନେଇ ସମୃଦ୍ଧ ଆମ ଓଡ଼ିଶା। ଏହାର ଗୌରବ ଅକ୍ଷୂର୍ଣ୍ଣ ରଖିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ। ଆଜି ପୂର୍ବାହ୍ନରେ ସଂସ୍କୃତି ଭବନ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ପୁରୀରେ ଜିଲ୍ଲା ସ୍ତରୀୟ ୮୯ ତମ ଓଡ଼ିଶା ଦିବସ ପାଳିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶ୍ରୀଜିଉଙ୍କୁ ପୁଷ୍ପମାଲ୍ୟ ଅର୍ପଣ ଓ ବରପୁତ୍ରମାନଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ କରି ସମାରୋହର ଉଦଘାଟନ କରିଥିଲେ। 

ସ୍ୱତନ୍ତ୍ର ଓଡ଼ିଶା ଗଠନରେ ପାରଳା ମହାରାଜା, ଉତ୍କଳ ଗୌରବ ମଧୁସୂଦନ, ବ୍ୟାସକବି ଫକୀରମୋହନ, କର୍ମବୀର ଗୌରୀଶଙ୍କର, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ପ୍ରଭୃତି ମନିଷୀମାନଙ୍କ ଅବଦାନ ଓ ସଂଗ୍ରାମ ଅବର୍ଣ୍ଣନୀୟ। ଓଡ଼ିଶାର ମନ୍ଦିରମାଳିନୀ, ପର୍ଯ୍ୟଟନ, କଳା, ସଂସ୍କୃତି, ପର୍ବପର୍ବାଣୀ ବିଶ୍ୱରେ ସୁନାମ ଅର୍ଜନ କରିଛି ବୋଲି ଶ୍ରୀ ନାୟକ କହିବା ସହ ଅନ୍ୟ ଭାଷା ପ୍ରତି ଅନୁରକ୍ତି ରହିଲେ ମଧ୍ୟ ଆମ ମାତୃଭାଷାକୁ ସର୍ବାଧିକ ଗୁରୁତ୍ୱ ଦେବାକୁ ଅନୁରୋଧ କିଥିଲେ। ମୁଖ୍ୟ ବକ୍ତା ଭାବ ଉପଜିଲ୍ଲାପାଳ ଗୋପୀନାଥ କୁଅଁର ଭାଷା ଭିତ୍ତିରେ ଆମ ରାଜ୍ୟ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇବା ଏକ ବିରାଟ ଉପଲବ୍ଧି। ଭାଷାର ସମୃଦ୍ଧି ଓ ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ସେ କହିଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିବା ସହ ସ୍ୱତନ୍ତ୍ର ଓଡ଼ିଶା ଗଠନର ଇତିହାସ, ଓଡ଼ିଶାର ଐତିହ୍ୟ, ମହାମନିଷୀମାନଙ୍କର ଅବଦାନ ଓ ଆଧୁନିକ ଓଡ଼ିଶା ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଅତିଥି ପରିଚୟ, ପ୍ରାରମ୍ଭିକ ସୂଚନା ଦେଇ ଓଡ଼ିଆ ଭାଷା, ଓଡିଶାର ଗାରିମା,ଐତିହ୍ୟ ଓ ଅସ୍ମିତା ସମ୍ପର୍କରେ ମତ ଦେଇ  ପ୍ରାଚୀନ ଓଡ଼ିଶା, ସ୍ୱତନ୍ତ୍ର ଓଡ଼ିଶା ଓ ଆମମାନଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

ପ୍ରାରମ୍ଭରେ ଗୁରୁ ସତ୍ୟପ୍ରିୟ ମହାପାତ୍ରଙ୍କ ସଂଯୋଜନାରେ ସିଦ୍ଧ ମହାବୀର କଳା ପରିଷଦ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ସଂଗୀତ ଓ ପରେ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା। ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୌରପାଳିକା, ବିଡିଓ ସଦରଙ୍କ ସହଯୋଗରେ ମାଲ୍ୟାର୍ପଣ କରାଯାଇଥିଲା। ଅତିଥିମାନେ ସିଂହଦ୍ବାର ସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ନିର୍ବାଚନ ଆଚରଣ ବିଧିର ମାର୍ଗଦର୍ଶିକା ଆଧାରରେ ସମସ୍ତ କାର୍ଯ୍ୟ ପରିଚାଳନା କରାଯାଇଥିଲା। ଓଡ଼ିଶା ଦିବସ ପାଇଁ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଠିବା ପରେ ପୁରସ୍କୃତ କରାଯିବ ବୋଲି ସୂଚନା ଦିଆଯାଇଥିଲା। ବିଭିନ୍ନ ବିଭାଗର ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଓ ସଂସ୍କୃତି କାର୍ଯ୍ୟାଳୟର କର୍ମଚାରୀମାନେ ପରିଚାଳନା କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.