ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜହ୍ନାପଙ୍କଠାରେ ଜିଲ୍ଲାସ୍ତରୀୟ ଆୟୁଷ୍ମାନ ଏକକ ଜନ ଆରୋଗ୍ୟ ଯୋଜନା କାର୍ଡ଼ର ଶୁଭାରମ୍ଭ

Published By : Gurupada Nath | April 11, 2025 5:28 PM

ଜହ୍ନ।ପଙ୍କ, ୧୧/୪ :  ବୌଦ୍ଧ ବ୍ଲକ ଜହ୍ନାପଙ୍କ ମେଡ଼ିକାଲ ପଡିଆରେ ଜିଲ୍ଲାସ୍ତରୀୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ଼ ବିତରଣ ଏବଂ ଆୟୁଷ୍ମାନ ଭାରତ ବୟୋ ବନ୍ଦନା ଯୋଜନାର କାର୍ଡ଼ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କଟକଠାରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଜେ.ପି. ନଡା ଓ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ଜହ୍ନାପଙ୍କଠାରେ ପ୍ରଦର୍ଶନ କରାଯାଇଥିଲା l 

ଜହ୍ନାପଙ୍କଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଜିଲ୍ଲାପାଳ ସୁବ୍ରତ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ଚିକତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରଥମେ ଅତିଥିମାନଙ୍କୁ ଉତ୍ତରୀୟ ଓ ଗଛ ଦେଇ ସ୍ୱାଗତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସଂଗ୍ରାମପୁର, ତେଲିବନ୍ଧ, ଜହ୍ନାପଙ୍କ ଓ ବଲାସିଙ୍ଗା ଗ୍ରାମର ୨୫ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ଏକକ କାର୍ଡ଼ ଅତିଥିମାନଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା। 

ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ହିତାଧିକାରୀ ଓ ଜନସାଧାରଣ ଅଂଶଗ୍ରହଣ କରିଥିଲେ । ଶେଷରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ବାଉଁଶୁଣି ମେଡ଼ିକାଲ ଅଫିସର ଡ ଅନ୍ତର୍ଯାମୀ ବେହେରା ଓ ଜହ୍ନାପଙ୍କ ସ୍ୱାସ୍ଥ୍ୟ ଓ  ଆରୋଗ୍ୟ କେନ୍ଦ୍ରର ଡ ଦିବ୍ୟ ଲୋଚନ ମେହେର ସମସ୍ତ କର୍ମଚାରୀ, ଅଙ୍ଗନବାଡ଼ି ଏବଂ ଆଶା ଦିଦିମାନେ ସହଯୋଗ କରିଥିଲେ। ସେହିପରି ମୁଣ୍ଡାପଡା ପଂଚାୟତରେ ସରପଞ୍ଚ ସୁମନ୍ତ ନାଏକ, ବଘିଆପଡା ପଂଚାୟତରେ ଓ ଆମ୍ବଝିର ପଂଚାୟତରେ ପ୍ରେମାନନ୍ଦ ବାଘ ଆୟୁଷ୍ମାନ ଏକକ କାର୍ଡ ବଣ୍ଟନ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.