ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ; ଓଡ଼ିଆ ଭାଷା ରେ ନାମଫଳକ ଲେଖାଯିବା ସହ ସୀମାନ୍ତ ଚିହ୍ନଟ କରା ଯାଇ ପିଲର ସ୍ଥାପନ କରାଯିବ

Published By : Bijay Swain | April 1, 2025 11:35 PM

ମାଲକାନଗିରି, ୧/୪(ଆପ୍ର): ମାତୃଭୂମି ଓ ମାତୃଭାଷାର ସ୍ଥାନ ସବୁଠାରୁ ଉର୍ଦ୍ଧ୍ବରେ । ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଓଡ଼ିଆ ଭାଷା ସ୍ଵାଧୀନତା ପୂର୍ବରୁ ଭାଷା ଭିତ୍ତିରେ ଗଠନ ହୋଇଥିବା ପ୍ରଥମ ରାଜ୍ୟ। ତେଣୁ ନିଜ ମାତୃଭାଷାକୁ ନେଇ ଗର୍ବ କରିବା ସହ ମାତୃଭାଷାର ସମ୍ମାନ ରଖିବା ପାଇଁ ଯଥାସାଧ୍ୟ ପ୍ରଯତ୍ନ କରିବାର ଆବଶ୍ୟକତା ରହିଛି ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରାକୃତିକ ନୈସର୍ଗିକ ସୋନ୍ଦର୍ଯ୍ୟରେ ଭରପୁର ଓଡ଼ିଶା ମାଟିରେ ପର୍ଯ୍ୟଟନର ଅପୂର୍ବ ସମ୍ଭାର ରହିବା ସହ ଖଣିଜ ପଦାର୍ଥରେ ଭରପୁର ରହିଛି। 

ରାଜ୍ୟ ସରକାର ଶିଳ୍ପର ବିକାଶ କରି ଅର୍ଥନୈତିକ ଅଭିବୃଦ୍ଧି କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଓଡିଶାର କଳା ସଂସ୍କୃତି ଓ ଐତିହ୍ୟ ଏତେ ସମୃଦ୍ଧ ଥିଲା ଯାହା ସୁମାତ୍ରା, ଜାଭା ଓ ବାଲି ଦ୍ଵୀପ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇପାରିଥିଲା। ବିକଶିତ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ସହ କଳା ଓ ସଂସ୍କୃତିକୁ ବଞ୍ଚାଇ ରଖିବାର ଦାୟିତ୍ଵ ଆଗାମୀ ଯୁବପିଢୀଙ୍କର ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜିତ ଓଡିଶା ଦିବସ କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଓ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଯୋଗ ଦେଇଥିଲେ।  

୧୯୩୬ ଏପ୍ରିଲ ପହିଲାରେ ଭାଷା ଭିତ୍ତିରେ ସ୍ଵତନ୍ତ୍ର ଭାବେ ଗଠନ ହୋଇଥିବା ରାଜ୍ୟ ନିମନ୍ତେ ଯେଉଁ ବରପୁତ୍ରମାନେ ନିଜକୁ ସମର୍ପଣ କରି ଦେଇଥିଲେ ସେମାନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାକୁ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ରାଜ୍ୟ ସରକାର ଓଡ଼ିଆ ଅସ୍ମିତାକୁ ଅଖଣ୍ଡ କରି ରଖିବା ପାଇଁ ଏପ୍ରିଲ୍ ପହିଲାରୁ ୧୪ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରୁଛନ୍ତି। ଆଜି ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଗାନ୍ଧୀଜୀ ଓ ଗୋପବନ୍ଧୁ ଓ ସର୍କିଟ ହାଉସ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ପୁଷ୍ପମାଲ୍ୟଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ସହରର ଅନ୍ୟ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତିରେ ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି । ଓଡ଼ିଆ ଭାଷା ସଂସ୍କୃତି ପ୍ରତି ଗୁରୁତ୍ୱ ଦେଇ ଓଡ଼ିଆ ରେ ନାମଫଳକ ସହ ସୀମାନ୍ତ ରେ ପିଲର ସ୍ଥାପନ କରାଯିବା ପାଇଁ ନିଷ୍ପତି ନିଆଯାଇଛି।

ସେହିପରି ଜିଲ୍ଲାର ସମସ୍ତ ବ୍ଲକ୍ ଓ ପଞ୍ଚାୟତରେ ମଧ୍ଯ ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି। ସେହିପରି ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରିଥିଲେ। ବାଲିମେଳା ବାଣୀଶ୍ରି କଳା ନିକେତନ ଗରୁ ବିଟନଙ୍କ ଅଧୀନରେ ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଆଇଏମଏସଟି ଓ ଘଡେ଼ଇ ସ୍କୁଲର ଛାତ୍ରଛାତ୍ରୀ ଏଥିରେ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ୱୀ ସେଠୀଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ଉପସ୍ଥିତ ଥିଲେ। ଗତକାଲିଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନ ଗୁଡ଼ିକୁ ରଙ୍ଗୀନ ଆଲୋକମାଳା ରେ ସଜା ଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.