ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

Published By : Prameya | January 10, 2025 6:19 PM

ମାଲକାନଗିରି, ୧୦/୧ : ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥର ଏହାକୁ କିପରି ଅଧିକ ଭଲ କରି ହେବ, ବିଶେଷ କରି ପରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ଦିବସ ପାଳନ ନେଇ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପୌରୋହିତ୍ୟ କରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏହା କହିଛନ୍ତି । 

ବୈଠକ ନିଷ୍ପତ୍ତି ଅନୁଯାୟୀ, ଜାନୁଆରୀ ୨୨, ୨୩ରେ ପ୍ରତ୍ୟେହ ଅପରାହ୍ନ ୩ ଟା ଏବଂ ୨୪ ତାରିଖ ସକାଳ ୭ ଟା ୩୦ରେ ଡିଏନକେ ଖେଳ ପଡିଆ ପରିସରରେ ଅଭ୍ୟାସ ପରେଡ୍ ଅନୁଷ୍ଠିତ ହେବ। ପରେଡରେ ସପ୍ତମରୁ ଦଶମ ଓ କଲେଜ ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିବେ । ଏହାବାଦ୍ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ବକ୍ତୃତା, ପ୍ରବନ୍ଧ ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯିବ। ଜାନୁଆରୀ ୨୬ ପ୍ରାତଃ ୪ ଟା ୩୦ ରେ ରାମଧୁନ, ସକାଳ ୭ ଟା ୩୦ ରେ ବିଭିନ୍ନ ଅନୁଷ୍ଠାନ ଗୁଡ଼ିକ ଦ୍ବାରା ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୯ ଟାରେ ଜିଲ୍ଲାସ୍ତରୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। 

ବିଭିନ୍ନ ବିଭାଗ ଦ୍ଵାରା ପ୍ରଜ୍ଞାପନ ମେଢ ପରେଡ୍ ସମୟରେ ପ୍ରଦର୍ଶିତ ହେବ। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶଚନ୍ଦ୍ର ଶବର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ ଗ୍ରହଣ କରି ଆଲୋଚନାରେ ଭାଗ ନେଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସମସ୍ତଙ୍କୁ ସ୍ୱାଗତ କରିବା ସହ ପୂର୍ବ ବର୍ଷର ବିବରଣୀ ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ ଉପସ୍ଥିତ ଥିଲେ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.