ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ଏସସିବିରେ ଡାକ୍ତରଙ୍କୁ ଆକ୍ରମଣ, ଅଭିଯୁକ୍ତ ଅଟକ

Published By : Prameya | January 20, 2025 11:07 AM

କଟକ,୨୦/୦୧ : କଟକ ଏସସିବି ମେଡିକାଲ କଲେଜରେ ପୁଣି ଜଣେ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ। କାଜୁଆଲଟି ମେଡିକାଲ ଅଫିସର ଡକ୍ଟର ଜ୍ୟୋତି ପ୍ରକାଶଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣ ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ବିରୋଧରେ ଏତଲା ଦିଆଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନହେଲେ ଡ଼ାକ୍ତରମାନେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି।

ଏହି ଖବରଟିକୁ ପଢନ୍ତୁ-ଚତୁର୍ଥ ଦିନରେ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍, ସମ୍ପତ୍ତି ଆୟର ସୂତ୍ର ବାବଦରେ ଛାନଭିନ୍ କରୁଛି ଟିମ୍

ଅଭିଯୋଗ ଅନୁସାରେ, ରବିବାର ବିଳମ୍ବିତ ରାତିରେ ତିନି ଜଣ ବ୍ୟକ୍ତି କୁକୁର କାମୁଡ଼ାରେ ଆହତ ହୋଇ ଏସସିବି ଟ୍ରମା କାଜୁଆଲଟିକୁ ଆସିଥିଲେ। ଆହତ ବ୍ୟକ୍ତିମାନଙ୍କ ହାତ ଓ ଗାଲକୁ କୁକୁର କାମୁଡି ଦେଇଥିଲା। ତେବେ ଆହତ ଯୁବକମାନେ ନିଶାସକ୍ତ ଅବସ୍ଥାରେ ଥିଲେ। ଚିକିତ୍ସା ସମୟରେ ସେମାନେ କାଜୁଆଲଟି ମେଡିକାଲ ଅଫିସରଙ୍କୁ ଆକ୍ରମଣ କରିଥିଲେ। ଏନେଇ ମେଡିକାଲ ଫାଣ୍ଡିରେ ଏକ ଏତଲା ଦିଆଯାଇଛି। ଏହି ଘଟଣାର ପ୍ରତିବାଦ କରି ଆଜି ପିଜି ଡାକ୍ତର ମାନେ ପ୍ରତିକାତ୍ମକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଯଦି ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯାଏ, ତେବେ ଆଗକୁ ଡାକ୍ତରମାନେ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ଚେତାବନୀ ଦେଇଛନ୍ତି। ଏହି ଘଟଣାରେ ଅଭିଯୁକ୍ତମାନଙ୍କୁ ପୋଲିସ ଅଟକ ରଖିଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.