ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ,୩୧/୫: ନିର୍ବାଚନ ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଝଟକା ।  ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ।  ଅଭିଯୋଗ ହୋଇଥିବା ସମସ୍ତ ୩୪ଟି ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ଏହି ରାୟ ପାଇଁ  ଖଣ୍ଡପୀଠ ପ୍ରାୟ ୧୦ ଘଣ୍ଟା ଧରି ବିଚାର  କରିଥିଲେ। ତେବେ ଡୋନାଲ୍ଡ ଟ୍ରମ୍ପ କେଉଁ ଦଣ୍ଡ ପାଇବେ ସେନେଇ ଜୁଲାଇ ୧୧ ରେ ଏକ ଶୁଣାଣି ହେବ।

କୌଣସି ଅପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରଥମ ହେଉଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଆମେରିକାର ଇତିହାସରେ ଏହା ପୂର୍ବରୁ କେବେ ହୋଇ ନଥିଲା । ଡୋନାଲ୍ଡ ଟ୍ରମ୍ପ ତାଙ୍କ  ଓକିଲ କୋହେନ  ଜରିଆରେ ପର୍ଣ୍ଣ ଷ୍ଟାର ଷ୍ଟର୍ମୀ ଡାନିଏଲ୍ସଙ୍କୁ ଟଙ୍କା ଯୋଗାଇଥିବା ଅଭିଯୋଗ ହୋଇଥିଲା। ଆମେରିକାର  କୋର୍ଟ ଏହି ସବୁ ମାମଲା ଉପରେ ରାୟ ଦେବା ପୂର୍ବରୁ ୧୦ ଘଣ୍ଟା ଧରି ବିଚାର ବିମର୍ଶ କରିଥିଲେ। ଏହାପରେ ଟ୍ରମ୍ପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.