ପ୍ରମୂଖ ଖବର
  • ପୁରୀ ଶରଧାବାଲି ଦଳାଚକଟା ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
  • ||
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

‘ମୁଁ କରିନି ଯୁଦ୍ଧବିରତି’…ଭାରତ-ପାକିସ୍ତାନ ମଧ୍ୟରେ ବଢୁଥିବା ସମସ୍ୟାକୁ ନେଇ କଥା ବଦଳାଇଲେ ଟ୍ରମ୍ପ…

Published By : Ladu Kishor | May 15, 2025 6:42 PM

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ, ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି କରାଇ ନାହାଁନ୍ତି। ଟ୍ରମ୍ପ ଏହା ମଧ୍ୟ କହିଛନ୍ତି ଯେ,ସେ ମଧ୍ୟସ୍ଥତା କରିନାହାଁନ୍ତି। ହେଲେ ସେ ଭାରତ-ପାକିସ୍ତାନ ସମସ୍ୟାର ସମାଧାନ କରିବାରେ ସାହାଯ୍ୟ କରିଛନ୍ତି କରିଛନ୍ତି ବୋଲି କହିଛନ୍ତି । ଆପଣଙ୍କୁ କହି ରଖୁଛୁ ଯେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ସମ୍ପର୍କରେ, ଆମେରିକା ରାଷ୍ଟ୍ରପତି ପୂର୍ବରୁ ଦାବି କରିଥିଲେ ଯେ, ସେ ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରତି ଆଣିଛନ୍ତି, କିନ୍ତୁ ଏବେ ସେ ନିଜେ କହୁଛନ୍ତି ଯେ ମୁଁ ଯୁଦ୍ଧବିରତି ଆଣିନାହିଁ । ସେ କହିଛନ୍ତ କି, ମୁଁ ଆବଶ୍ୟକୀୟ ସାହାଯ୍ୟ ଯୋଗାଇଛି।

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଟ୍ରମ୍ପ ଅନେକ ଥର ଶ୍ରେୟ ନେବାକୁ ଚେଷ୍ଟା କରିଥିଲେ। ଯେତେବେଳେ ଭାରତ ସ୍ପଷ୍ଟ କରିଦେଇଥିଲା ଯେ ପାକିସ୍ତାନର ଡିଜିଏମଓ ନିଜେ ଫୋନ୍ କରି ଯୁଦ୍ଧବିରତି ପାଇଁ ଅନୁରୋଧ କରିଥିଲେ।

କତାରର ଦୋହାରେ ଏକ କାର୍ଯ୍ୟକ୍ରମ ସମୟରେ ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବହୁତ ଉତ୍ତେଜନାପୂର୍ଣ୍ଣ ହୋଇଯାଇଛି। ଆଲୋଚନା ଡ୍ରୋନ୍ ଏବଂ ମିସାଇଲ୍ ଭାଷାରେ ହେବାକୁ ଯାଉଥିଲା, ସେଥିପାଇଁ ମୁଁ ଉଭୟ ଦେଶ ସହ କଥା ହୋଇ ପରିସ୍ଥିତିକୁ ଶାନ୍ତ କରିଥିଲି। ଆମେରିକା ରାଷ୍ଟ୍ରପତି ଏହା ମଧ୍ୟ କହିଛନ୍ତି ଯେ, ମୁଁ ଆଶା କରୁଛି ଯେ ମୁଁ ଏଠାରୁ ଚାଲିଯିବା ପରେ ମଧ୍ୟ ଯେପରି ଶୁଣିବାକୁ ପାଇବି ଯେ ଉଭୟ ଦେଶ ଶାନ୍ତିପୂର୍ଣ୍ଣ ରହିଛନ୍ତି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.