ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଲୋକଙ୍କୁ ନବୀନ ପଟ୍ଟନାୟକଙ୍କ ନିବେଦନ, ପ୍ରଶାସନକୁ ପୁରା ସହଯୋଗ କରନ୍ତୁ

Published By : Rasmita Pradhan | October 23, 2024 1:49 PM

ଭୁବନେଶ୍ୱର, ୨୩/୧୦ : ବାତ୍ୟା ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ, ବାତ୍ୟା ଆସୁଥିବା ଖବର ପାଇ ଆମେ ସମସ୍ତେ ଚିନ୍ତିତ। ପୂର୍ବରୁ ଆମେ ସମସ୍ତେ ମିଶି ସଫଳତାର ସହ ଅନେକ ବାତ୍ୟାର ମୁକାବିଲା କରିଛେ। ଆମର ଏକ ପ୍ରଭାବଶାଳୀ ବିପର୍ଯ୍ୟୟ ପରିଚାଳନା ନୀତି ଅଛି। ତେଣୁ  ଆପଣମାନଙ୍କୁ ମୋର ଅନୁରୋଧ ବାତ୍ୟା ପାଇଁ  ଆପଣମାନେ ଭୟଭୀତ ହୁଅନ୍ତୁ ନାହିଁ। ସଜାଗ ରୁହନ୍ତୁ। ଜୀବନ ଅମୁଲ୍ୟ। ନିରାପଦ ରୁହନ୍ତୁ। ବାତ୍ୟା ମୁକାବିଲାରେ ପ୍ରଶାସନକୁ ପୁରା ସହଯୋଗ ଦିଅନ୍ତୁ।

ନବୀନ କହିଛନ୍ତି ଯେ, ସବୁ ନିର୍ବାଚିତ ପ୍ରତିନିଧିମାନଙ୍କୁ ମୋର ଅନୁରୋଧ, ଆପଣମାନେ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ। ଲୋକଙ୍କୁ ସାହାଯ୍ୟ କରନ୍ତୁ। ମୋର ଦୃଢ଼ ବିଶ୍ୱାସ ଆମେ ସମସ୍ତେ ଏକାଠି ପୂର୍ବ ପରି ବାତ୍ୟା ଦାନାର ସଫଳ ମୁକାବିଲା କରିପାରିବା।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.