ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ନେଲେ ଡଃ ଅରବିନ୍ଦ ପାଢ଼ୀ

ପୁରୀ, ୨୪/୦୫ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ବୀର ବିକ୍ରମ ଯାଦବ ୨୧ ଦିନିଆ ବିଦେଶ ଗସ୍ତରେ ଯାଇଥିବାରୁ ଡଃ ପାଢ଼ୀ ଏହି ଦାୟିତ୍ୱ ତୁଲାଉଛନ୍ତି। ଡଃ ପାଢ଼ୀ ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିଲେ। ତେଣୁ ତାଙ୍କର ବିଶେଷ ଅଭିଜ୍ଞତା ରହିଛି । ନିର୍ବାଚନ  ଓ ରଥଯାତ୍ରାକୁ ଦୃଷ୍ଟିରେ ରଖି ତାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ମିଳିଛି । 

ବୀର ବିକ୍ରମ ଯାଦବ ଫେରିବା ପରେ ସେ ପୁଣି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ନେବେ। ଶ୍ରୀମନ୍ଦିର ସ୍ଥାୟୀ ମୁଖ୍ୟ ପ୍ରଶାସକ ଦାୟିତ୍ୱ ସରକାର ହଟାଇ ଦେବା ପରେ ଏପର୍ଯ୍ୟନ୍ତ ଏଠାରେ ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସନ ନିଯୁକ୍ତି ଦ୍ୱନ୍ଦ୍ୱ ଲାଗି ରହିଛି । ସୁପ୍ରିମ୍‌କୋର୍ଟ ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି ସାଙ୍ଗକୁ ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା ନିମନ୍ତେ ଅନେକ ନିର୍ଦ୍ଦେଶ ଦେଇଥିଲେ । ହେଲେ ଏପର୍ଯ୍ୟନ୍ତ ଅଧିକାଂଶ ନିର୍ଦ୍ଦେଶ ପାଳନ ହୋଇନି । ସେପଟେ ଆସନ୍ତା ଜୁନ୍‌ ୪ରେ ଭୋଟ  ଗଣତି ଓ ଫଳାଫଳ ପରେ ରଥଯାତ୍ରା ପାଇଁ ୨୦ ତାରିଖ ସୁଦ୍ଧା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବାକୁ ପ୍ରସ୍ତୁତି ହେଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.