ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ମରୁଡି ଘୋଷଣା ଦାବିରେ ୨୨ ପଞ୍ଚାୟତ ଚାଷୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

କୋକସରା ୪/୯- କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ  ଅନାବୃଷ୍ଟି କାରଣରୁ ସମ୍ଭାବ୍ୟ ମରୁଡିର ପଦଧ୍ଵନିକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ । ଶ୍ରାବଣ ମାସ ଯାଇ ଭାଦ୍ରଵ ମାସ ଆସିଲା ହେଲେ ବ୍ଲକର ଅନେକ ପଂଚାୟତର ଚାଷୀ ରୁଆ, ବେଉଷଣ ମଧ୍ୟ କରି ପାରି ନାହାଁନ୍ତି। ଯେଉଁ ଚାଷଜମିରେ ବୁଣା ରୁଆ, ବେଉଷଣ ହୋଇଥିଲା ପାଣି ଅଭାବରୁ ଚାଷ ଜମି ଫାଟି ଆଁ କରିଛି। ଚାଷୀମାନେ ବିଭିନ୍ନ ବ୍ୟାଙ୍କ, ଫାଇନାନ୍ସ ଓ ମହାଜନି ଋଣ ଆଣି ଚାଷ କାର୍ଯ୍ୟ କରିଥିଲେ, ହେଲେ ଅନାବୃଷ୍ଟି ଚାଷୀଙ୍କ ସମସ୍ତ ଆଶାକୁ ନିରାଶାରେ ବଦଳେଇ ଦେଇଛି। ବ୍ଲକର କିଛି ପଞ୍ଚାୟତରେ ଇନ୍ଦ୍ରାବତୀ ବାମ କେନାଲ ଓ ଉଠା ଜଳସେଚନ ପ୍ରକଳ୍ପ ଦ୍ବାରା ଜଳସେଚନ ହେଉଥିବା ବେଳେ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଜଳସ୍ତର ହ୍ରାସ କାରଣରୁ ଜଳସେଚନ ବାଧାପ୍ରାପ୍ତ ହୋଇଛି। କୋକସରା ବ୍ଲକର ୨୨ ପଞ୍ଚାୟତରେ ଉଣା ଅଧିକା ମରୁଡି ସ୍ଥିତି ଦେଖା ଦେଇଥିବା ବେଳେ କୋକସରା ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା, କୃଷି ଋଣ ଛାଡ, କୃଷି ବୀମା ପ୍ରଦାନ ଓ ଛାତ୍ରଛାତ୍ରୀଙ୍କ ଫିସ ଛାଡ଼ କରିବା ଓ ଅନ୍ୟ ଦାବିରେ ସୋମବାର କୋକସରା ବ୍ଲକ ସଚେତନ କୃଷକ ମଞ୍ଚ ଆବାହକ ଚାଷୀନେତା ଶିଵ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ବ୍ଲକର ୨୨ ପଞ୍ଚାୟତର ଶତାଧିକ ମହିଳା ପୁରୁଷ କ୍ଷତିଗ୍ରସ୍ତ ଚାଷିମାନେ କୋକସରା ଜଗନ୍ନାଥ ମନ୍ଦିର ନିକଟରେ ଏକତ୍ରିତ ହୋଇ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଧାରଣା ବିକ୍ଷୋଭ ପ୍ରଦର୍ଶନ କରିଥିଲେ । 
ଏହା ପରେ ଏକ ପ୍ରତିବାଦ ସଭା କରି ନିଜର ଦାବି ସମ୍ପର୍କରେ ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସମସ୍ତ ଚାଷୀ  ନେତୃବୃନ୍ଦଙ୍କ ଉପସ୍ଥିତିରେ ୨୩ ଦଫା ସମ୍ବଳିତ ଦାବିପତ୍ର ସ୍ଥାନୀୟ ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନାଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ସଚେତନ କୃଷକ ମଞ୍ଚର ଆବାହକ ଶିବ ପ୍ରସାଦ ପ୍ରଧାନୀ ସମେତ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ, ସଚେତନ କୃଷକ ମଞ୍ଚର ସଭାପତି ମିନିକେତନ ପ୍ରଧାନୀ, ବୁଟୁନାଥ ସରାବୁ, ସାଂସଦ ପ୍ରତିନିଧି ସୁଧୀର ପାତ୍ର ଗରୁଡ଼ ଧ୍ଵଜ ମାଝୀ, ମଙ୍ଗଲୁ ଚରଣ ଭାଟି, ଜୟଲାଲ ନାଏକ, ପଞ୍ଚକ ପୋଢ଼, ଟେମରା ସରପଞ୍ଚ।କ୍ଷିତିରାମ ପାତ୍ର, ଲଡୁଗାଁ ସରପଞ୍ଚ ନକୁଳ ନାଏକ, ସମିତି ସଭ୍ୟ ମହିମା ଘନଶ୍ୟାମ ନାଏକ, ଚିନ୍ତାମଣି ପଟେଲ, ଆଦିବାସୀ ଯୁବନେତା ଋତୁରାଜ ମାଝୀ, ବିଜୟ ସାହୁ, ନାରାୟଣ ପଟ୍ଟନାୟକ, ତ୍ରିନାଥ ଶବର ସମେତ ୨୨ ପଞ୍ଚାୟତ ର ଜଣ ପ୍ରତିନିଧି ଓ ଚାଷିମାନେ ଉପସ୍ଥିତ ରହି ମରୁଡି ଘୋଷଣା ଦାବି ଓ ଅନ୍ୟାନ୍ୟ ଦାବିରେ କୋକସରା ଅତିରିକ୍ତ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।

Copyright © 2022 - Summa Real Media Private Limited. All Rights Reserved.