PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ, ନାମାଙ୍କନ ପତ୍ରରେ ଦସ୍ତଖତ କଲେ ୨ କ୍ୟାବିନେଟ୍ ମନ୍ତ୍ରୀ

ନୂଆଦିଲ୍ଲୀ, ୨୩/୦୬ : ଦିଲ୍ଲୀରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଭୁବନେଶ୍ଵରରୁ ଯାଇ ଦିଲ୍ଲୀରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ଵାଗତ ସମ୍ଵର୍ଦ୍ଧନା କରାଯାଇଛି। ସେ ବିମାନ ବନ୍ଦରରୁ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ସେ ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ।

ସୂଚନାନୁଯାୟୀ, ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ରରେ ଦସ୍ତଖତ ହୋଇଛି। ଓଡ଼ିଶାର ୨ କ୍ୟାବିନେଟ୍ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ନାମାଙ୍କନ ପତ୍ରରେ ଦସ୍ତଖତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୨ କ୍ୟାବିନେଟ୍ ମନ୍ତ୍ରୀ ଦସ୍ତଖତ କରିଛନ୍ତି। ଆସନ୍ତାକାଲି ନାମାଙ୍କନ ବେଳେ ସେମାନେ ଉପସ୍ଥିତ ରହିବେ। ସେହିପରି ଓଡ଼ିଶାର ୧୦ରୁ ଅଧିକ ବିଜେପି ବିଧାୟକ ଉପସ୍ଥିତ ରହିବେ।

ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ । ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପକ୍ଷରୁ ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି । ସେପଟେ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହୋଇଛନ୍ତି ଯଶୱନ୍ତ ସିହ୍ନା । ନିଜ ପ୍ରାର୍ଥୀଙ୍କୁ ରାଷ୍ଟ୍ରପତି ଭାବେ ବିଜୟୀ କରିବାକୁ ଆବଶ୍ୟକ ମୋଟ ଭୋଟ୍‌ରୁ ପ୍ରାୟ ୧.୨ ପ୍ରତିଶତ କମ୍‌ ରହିଛି ବିଜେପି ନେତୃତ୍ୱାଧୀନ ଏନ୍‌ଡିଏ ପାଖରେ । ଆଉ ବିଜେଡି ପାଖରେ ଅଛି ୨.୮୮% ଭୋଟ୍‌ । ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ଆଜି ସମର୍ଥନ ଘୋଷଣା କରିଛି । ଏଥିସହ ଓଡ଼ିଶାର ସମସ୍ତ ବିଧାୟକ ଦ୍ରୌପଦୀଙ୍କୁ ଭୋଟ୍‌ ଦେବାକୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି । ନବୀନଙ୍କ ସମର୍ଥନ ଘୋଷଣା ପରେ ବଦଳି ଯାଇଛି ଗଣିତ । ଦ୍ରୌପଦୀ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପାଇଁ ପଥ ପରିଷ୍କାର ହୋଇଯାଇଛି ।