ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗ୍ରୀଷ୍ମ ମୁକାବିଲା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା; ଛାଇରେ ବସିବେ ଭୋଟର, ମତଦାନ କେନ୍ଦ୍ରରେ ରହିବ ପାନୀୟ ଜଳ, ଆମ୍ବୁଲାନ୍ସ

ଭୁବନେଶ୍ୱର, ୧୦।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ ଓ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ ତାରିଖ ଅନୁସାରେ ମେ ୧୩, ୨୦, ୨୫ ଓ ଜୁନ୍‌ ୧ରେ ଚତୁର୍ଥ, ପଞ୍ଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ମତଦାନ ହେବ । ଏହି ସମୟରେ ସାଧାରଣତଃ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥାଏ । ତେଣୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଓ ସମ୍ଭାବ୍ୟ କାଳବୈଶାଖୀ ମଧ୍ୟରେ ସଫଳ ନିର୍ବାଚନ ପ୍ରକ୍ରିୟା ପରିଚାଳନା ପାଇଁ ମଙ୍ଗଳବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । 

ଏହି ବୈଠକରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥନନ୍‌, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌, ଉଚ୍ଚଶିକ୍ଷା ବିଭାଗ ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ୍‌ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ପ୍ରାରମ୍ଭରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଗ୍ରୀଷ୍ମପ୍ରବାହ ମଧ୍ୟରେ ରାଜ୍ୟରେ ବିନା କୌଣସି ଜନଜୀବନ ହାନିରେ ଉଚ୍ଚ ମତଦାନ ହାରକୁ ବଜାୟ ରଖିବା ସହ ତ୍ରୁଟିଶୂନ୍ୟ ନିର୍ବାଚନ ପ୍ରକ୍ରିୟାର ଆହ୍ୱାନ ବିଷୟରେ ଅବଗତ କରାଇଥିଲେ । ତାତିକୁ ଦୃଷ୍ଟିରେ ରଖି ସମସ୍ତ ମତଦାନ କେନ୍ଦ୍ରରେ ବିଶେଷ ବ୍ୟବସ୍ଥା କରାଯିବ । ପ୍ରତିଟି ମତଦାନ କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ, ମହିଳା ଓ ପୁରୁଷଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ, ଧାଡ଼ି ବାନ୍ଧିବା ପାଇଁ ଛାଇ, ଚୌକି ଓ ପ୍ରତୀକ୍ଷା କକ୍ଷର ବ୍ୟବସ୍ଥା ରହିବ । ଏହିସବୁ ସ୍ଥାନରେ ବିଜୁଳି ସଂଯୋଗ ସହ ପଙ୍ଖା ରହିବ । ସମସ୍ତ ମତଦାନ କେନ୍ଦ୍ରରେ ଜଣେ ଲେଖାଏଁ ଆଶାକର୍ମୀ ରହିବେ । ସେମାନଙ୍କ ପାଖରେ ଅଂଶୁଘାତ ମୁକାବିଲା ପାଇଁ ଅତ୍ୟାବଶ୍ୟକ ଔଷଧପତ୍ର ରହିବ । ପ୍ରତିଟି ସେକ୍ଟର ଅଫିସରଙ୍କ ସହ ଜଣେ ପାରା-ମେଡିକାଲ କର୍ମୀ ମଧ୍ୟ ରହିବେ । 

ଯଦି କେହି ଅଂଶୁଘାତର ଶିକାର ହୁଅନ୍ତି ତେବେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ପହଞ୍ଚାଯିବ । ଏଥିପାଇଁ ମତଦାନ ଦିବସଗୁଡ଼ିକରେ ଅଧିକ ସଂଖ୍ୟକ ଆମ୍ବୁଲାନ୍ସ ମହଜୁଦ ରଖାଯିବ । ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ମହିଳା କର୍ମଚାରୀଙ୍କ ବିଷୟରେ ଆଲୋଚନା ହୋଇଥିଲା । ସମସ୍ତ ବୁଥର ସୁରକ୍ଷା ପାଇଁ ସୁଉଚ୍ଚ ପାଚେରିର ବ୍ୟବସ୍ଥା କରାଯାଇଛି । ଯେଉଁଠାରେ ସଖୀ ବୁଥ୍‌ (ସମ୍ପୂର୍ଣ୍ଣ ରୂପେ ମହିଳା ପରିଚାଳିତ ବୁଥ୍‌) ରହିବ, ସେଠାରେ ସୁରକ୍ଷା କର୍ମଚାରୀ ମଧ୍ୟ ମହିଳା ରହିବେ । ଓଡ଼ିଶାରେ ନିୟୋଜିତ ନିର୍ବାଚନ କର୍ମଚାରୀଙ୍କ ମଧ୍ୟରେ ପ୍ରାୟ ୩୦ ପ୍ରତିଶତ ମହିଳା କର୍ମଚାରୀ ରହିଛନ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରଚେଷ୍ଟାରେ ଭୋଟର ତାଲିକାରେ ପ୍ରତି ୧୦୦୦ ପୁରୁଷ ଭୋଟର ପିଛା ମହିଳା ଭୋଟରଙ୍କ ସଂଖ୍ୟା ୯୬୧ରୁ ୯୭୪କୁ ବୃଦ୍ଧି ପାଇଛି । ଏହା ଏକ ଗୌରବର ବିଷୟ ଓ ମହିଳାମାନେ ଯେପରି ପ୍ରାଥମିକତା ଭିତ୍ତିରେ ମତଦାନ କରିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.