ପ୍ରମୂଖ ଖବର
  • ଭୁବନେଶ୍ଵର : ୨୨ରୁ ବଜେଟ ଅଧିବେଶନ, ସରକାର ବନାମ ନବୀନଙ୍କ ଛାୟା ମନ୍ତ୍ରିମଣ୍ଡଳ ଲଢ଼େଇ
  • ||
  • ଆଜି ରସଗୋଲା ଦିବସ, ଜିଆଇର ୫ ବର୍ଷ ପରେ ବ୍ରାଣ୍ଡିଂ ନାହିଁ, ସରକାର ନିରବ
  • ||

ହଳ କରୁଥିବା ବେଳେ ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

ବଡବିଲ,୯।୭ : ହଳ କରୁଥିବା ବେଳେ ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ । ଏହି ଅଘଟଣ ଘଟିଛି ଚମ୍ପୁଆ ଥାନା ରାମଲା ଗାଁରେ । ମୃତକ ରାମଲା ଗ୍ରାମର ରାଜେଶ ନାଏକ ।  

ସୂଚନା ଅନୁସାରେ ରାଜେଶ ନାଏକ ଟ୍ରାକ୍ଟର ଯୋଗେ ବିଲରେ ହଳ କରୁଥିବା ସମୟରେ ହଠାତ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ରାଜେଶ ଟ୍ରାକ୍ଟର ତଳେ ଚାପି ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚମ୍ପୁଆ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚମ୍ପୁଆ ପୋଲିସ   ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.