ପ୍ରମୂଖ ଖବର
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ବସ୍‌ - ଟ୍ରେଲର ମୁହାଁମୁହିଁ ଧକ୍କା, ଟ୍ରେଲର ଚାଳକ ଗୁରୁତର

Published By : Prameya | April 16, 2025 4:01 PM

ସୋର, ୧୬/୪(ସ୍ୱପ୍ର): ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ କଲେଜ ଛକ ନିକଟରେ ଏକ  ବସ୍‌ ଓ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ  ଟ୍ରେଲର ଚାଳକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା  ପାଇଁ  ସୋର ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ବସ୍ ଯାତ୍ରୀ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ଟ୍ରେଲର (ନଂ ସିଜି ୦୭ସିଜି ୮୨୪୧) ଟି କଲିକତାରୁ ଯାଜପୁର ଅଭିମୁଖେ ଯାଉଥିଲା। କଲେଜ ଛକ ନିକଟରେ ରଙ୍ଗ ସାଇଡରେ ବିପରୀତ ଦିଗରୁ ଆସୁଥିବା ମନୀଷା (ଅଜୟ) ନାମକ ଘରୋଇ ବସ ଟ୍ରେଲରକୁ ଧକ୍କା ଦେଇଥିଲା। ଫଳରେ ଟ୍ରେଲର ଚାଳକ ବିହାର ଆରା ଜିଲ୍ଲା ମଙ୍ଗୋରୀ ଗ୍ରାମର ରମେଶ ଚନ୍ଦ୍ର ପାଣ୍ଡେ (୫୩) ଗାଡି ମଧ୍ୟରେ ଚାପି ହୋଇ ଫଶି ରହିଥିଲେ। ଖବର ପାଇ ସୋର ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଗ୍ୟାସ କଟର ସାହାର୍ଯ୍ୟରେ ଗାଡିକୁ କାଟି ରମେଶଙ୍କୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଏକ ୧୦୮ ଆମ୍ବୁଲାନ୍ସରେ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡି ଦୁଇଟିକୁ ଜବତ କରି ଥାନାକୁ ଆଣିଛନ୍ତି। କିନ୍ତୁ ଏହି ଦୁର୍ଘଟଣା ପରେ ବସ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ବସ ଯାତ୍ରୀମାନେ ସାମାନ୍ୟ ଆହତ ହୋଇ ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.