ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା : ବାଇକକୁ ପିଟିବା ପରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର

Published By : Prameya | January 5, 2025 4:21 PM

ବାଙ୍ଗିରିପୋଷି,୫/୧: ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ପୁଣି ଘଟିଛି ଦୁର୍ଘଟଣା । ଏକ ଟ୍ରକ ବାଇକକୁ ଧକ୍କା ଦେବା ପରେ ସାମ୍ନାପଟୁ ଆସୁଥିବା ଅନ୍ୟ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ  ଜଣେ ଟ୍ରକ ଚାଳକ ଗୁରୁତର ଆହତ ହୋଇଥିବା ବେଳେ ବାଇକ ଚାଳକ  ଅଳ୍ପକେ ବର୍ତ୍ତି ଯାଇଛନ୍ତି। 

ସୂଚନା ମୁତାବକ, ଏକ ଆଇରନ ବୋଝେଇ ଟ୍ରକ ଦ୍ରୁତ ବେଗରେ ଘାଟି ତଳକୁ ଓହ୍ଲାଉ ଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଜଣେ ବାଇକ ଚାଳକକୁ ଧକ୍କା ଦେଇଥିଲା। ତେବେ ବାଇକରେ ଥିବା ଶିକ୍ଷକ ଲକ୍ଷ୍ମଣ ବିସାନ ମୁର୍ମୁ ଡିଆଁ ମାରିଦେବାରୁ ଅଳ୍ପକେ ବର୍ତ୍ତୀ ଯାଇଥିବା ବେଳେ ଟ୍ରକଟି ବିପରୀତ ପାର୍ଶ୍ଵରୁ ଆସୁଥିବା ଅନ୍ୟ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇ ରାସ୍ତା ଉପରେ ରହି ଯାଇଥିଲା। ତେବେ ଆଇରନ ବୋଝେଇ ଟ୍ରକର ଚାଳକ ଗାଡ଼ି ମଧ୍ୟରେ ଚାପି ହୋଇ ରହିଯାଇଥିଲେ। ଖବର ପାଇ ବାଙ୍ଗିରିପୋଷି ଅଗ୍ନିଶମ କର୍ମଚାରୀ ଓ ପୁଲିସ ପହଞ୍ଚି ଡ୍ରାଇଭର କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜାତୀୟ ରାଜପଥ ବିଭାଗ ଆମ୍ବୁଲାନ୍ସ ସାହାଯ୍ୟରେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ୨ ଟ୍ରକକୁ ରାସ୍ତା ଉପରୁ ହଟାଇ   ଯାତାୟତକୁ ପୁଣି ସ୍ୱାଭାବିକ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.