ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ସୁରକ୍ଷା ଉପରେ ପ୍ରଶ୍ନବାଚୀ

ପୁରୀ, ୧୨/୦୨ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 

ଆଜି ଶ୍ରୀମନ୍ଦିର ଉପରେ କିଛି ଅମାନିଆ ଡ୍ରୋନ୍ ଉଡାଉଥିବା ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏହି ଭିଡିଓକୁ ଅପଲୋଡ କରାଯାଇଛି। ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ଚତୁଃପାର୍ଶ୍ବର ଦୃଶ୍ୟ ଡ୍ରୋନ୍ ମାଧ୍ୟମରେ ଦେଖାଯାଇଛି। ଏହି ଭିଜୁଆଲ ପୁରୀ ବଡ଼ଦାଣ୍ଡରୁ ନିଆଯାଇଥିବା ଜଣାପଡ଼ିଛି। ତେବେ କିଏ ଏହି ଯୁବକଙ୍କୁ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବାକୁ ଅନୁମତି ଦେଲା ସେନେଇ ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 

ଗତି କିଛି ମାସ ତଳେ ପଶ୍ଚିମବଙ୍ଗର ଜଣେ ଯୁବକ ଡ୍ରୋନ୍ ଉଡାଇ ସେହି ଭିଜୁଆଲରେ ପୋଲିସର ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ। ପରେ ପୁରୀ ପୋଲିସ ତାଙ୍କୁ ଗିରଫ କରିଥିଲା। ସେହିପରି ଏହି ଯୁବକ ମଧ୍ୟ ସମାନ ଢଙ୍ଗରେ ଡ୍ରୋନ୍ ଉଡାଇ ସୋସିଆଲ ମିଡିଆରେ ପକାଇଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.