ପ୍ରମୂଖ ଖବର
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଂଗ୍ରେସ ଛାଡ଼ିଲେ ଦୁଲାଲ ଚନ୍ଦ୍ର ପ୍ରଧାନ,ଏଆଇସିସି ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ବର ୨୯ /୪:  କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ଚନ୍ଦ୍ର ପ୍ରଧାନ । ସୋମବାର କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ଦୁଲାଲ ତାଙ୍କ ଇସ୍ତଫା ପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନିକଟକୁ ପଠାଇଛନ୍ତି ।

ସୂଚନାଯୋଗ୍ୟ ଯେ, ଦୁଲାଲ ଚନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନ ପାଇଁ କଂଗ୍ରେସ ଦଳରୁ ପ୍ରାର୍ଥୀ ହୋଇଥିଲେ । ତେବେ ରବିବାର ଦଳ ଦୁଲାଲଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ ସମ୍ବଲପୁର ଲୋକସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଥିଲା କଂଗ୍ରେସ। ଏଥି ପାଇଁ ଦୁଲାଲ ଅସନ୍ତୁଷ୍ଟ ଥିଲେ ବୋଲି କୁହାଯାଉଥିଲା । ସେ ଦୁଲାଲ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ତେବେ ସେ କେଉଁ ଦଳକୁ ଯିବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ । ଏବେ ଦୁଲାଲଙ୍କ ଗତିକୁ ନେଇ ସସପେନ୍ସ।

  • prameyanews
  • PrameyaOdia
  • prameya
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.