ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବ୍ରିଜ ନିର୍ମାଣ ବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକ ମୃତ, ଜଣେ ଆହତ

Published By : Harapriya Sethi | December 5, 2024 2:43 PM

ଭାପୁର,୦୫/୧୨: ଶାସନ ପଞ୍ଚାୟତର ଟିକିରିପଡା ଠାରୁ ପଦ୍ମାବତୀ ଲକ୍ଷ୍ମଣ ନାଳ ସ°ଯୋଗ ପାଇଁ ସେତୁ ନିର୍ମାଣ ବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ଜଣାପଡିଛି । ମୃତ ଶ୍ରମିକ ସୁନ୍ଦରଗଡ ଜିଲ୍ଲା ଲିଠିକଟା ବ୍ଲକ ଅନ୍ତର୍ଗତ ଲହଦର ଗ୍ରାମର ସୁକୁରା ଟପଙ୍କ ପୁଅ ଜହନ ଟପ୍ (୩୦) ଓ ଆହତ ଶ୍ରମିକ ସେହି ବ୍ଲକ ଅନ୍ତର୍ଗତ ଏରଗୋଡା ଗ୍ରାମର ଚୁକୁଲେ ଖାଲକଙ୍କ ପୁଅ ରାଜୁ ଖାଲକ‌‌‌ (୩୫) ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ଫତେଗଡ ଥାନା ଅନ୍ତର୍ଗତ ଭାପୁର ବ୍ଲକରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଟିକିରିପଡା ଠାରୁ ପଦ୍ମାବତୀ କଲେଜ ରାସ୍ତା ପାଇଁ ଗୋଟିଏ କିଲୋମିଟର ରାସ୍ତା ଓ ଲକ୍ଷ୍ମଣ ନାଳ ଉପରେ ବ୍ରିଜ ନିର୍ମାଣ ପାଇଁ ବିଜୁ ସେତୁ ଯୋଜନାରେ ୨.୭୪ କୋଟି ବ୍ୟୟବରାଦ ହୋଇଛି । ଏହି କାମକୁ ପିପିଲି ଅଞ୍ଚଳର ବାସୁଦେବ କନଷ୍ଟ୍ରସନ ଟେଣ୍ଡର ନେଇଛି । ଗୁରୁବାର ସକାଳ ଦଶଟା ବେଳେ ବ୍ରିଜ କାମ କରୁଥିବା ବେଳେ ଉପରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ । ଫଳରେ ଦୁଇ ଜଣ ଶ୍ରମିକ ଛିଟିକି ପାଣିରେ ପଡ଼ି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ଦୁଇ ଆହତ ଶ୍ରମିକଙ୍କୁ ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜଣକୁ ମୃତ ଘୋଷଣା କରିଥିବା ବେଳେ ଗୁରୁତର ଆହତ ଶ୍ରମିକଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରିଥିଲେ । ଏନେଇ ପୋଲିସକୁ ଖବର ଦେଇଥିଲେ ଲୋକେ । ଖବର ପାଇ ଫତେଗଡ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.