PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ବିଜୟା ଦଶମୀ ଉତ୍ସବ

ବୌଦ୍ଧ,୫/୧୦: ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ସ୍ଥାପନା ଦିବସ ଅବସରରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଜୟା ଦଶମୀ ଉତ୍ସବ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ସଂପାଦକ ସାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ । ଜିଲ୍ଲା ପ୍ରଚାର ପ୍ରମୁଖ ପଦ୍ମଚରଣ ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇ ଭାରତର ଗୌରବମୟ ଇତିହାସ ଉପସ୍ଥାପନା କରିବା ସହ ସଂଘର ପ୍ରତିଷ୍ଠା ର ଲକ୍ଷ୍ୟ ଉଦ୍ଦେଶ୍ୟ ଉପସ୍ଥାପନା କରିଥିଲେ । ବିଶ୍ବହିନ୍ଦୁ ପରିଷଦର ଜିଲ୍ଲା ସମ୍ପାଦକ ପ୍ରେମାନନ୍ଦ ମିଶ୍ର ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ ।

ବିଜୟ କୁମାର ସାହୁ ମୁଖ୍ୟ ଶିକ୍ଷକ ଦାୟିତ୍ଵ ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲା ବେଳେ, ଲକ୍ଷ୍ମୀକାନ୍ତ ଜାନି ସଙ୍ଗୀତ ଗାନ କରିଥିଲେ। ସତ୍ୟାନନ୍ଦ ପାଣ୍ଡେ ପ୍ରାର୍ଥନା ଗାନ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଦୁର୍ଗା ଦେବୀ ଓ ଭାରତମାତାଙ୍କ ସହ ଅସ୍ତ୍ର ପୂଜନ କରାଯାଇଥିଲା । କାର୍ଯ୍ୟକ୍ରମ ସଫଳତା ପାଇଁ ପ୍ରଦୀପ କୁମାର ସାଥୁଆ, ଧରଣୀ ଧର ପରିଡ଼ା,ନବୀନ କୁମାର ସାହୁ ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।