ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

Published By : Harapriya Sethi | November 2, 2024 9:42 AM

ବରଗଡ଼, ୦୨/୧୧: ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର ହୋଇଛି । ବୃଦ୍ଧଙ୍କ ହତ୍ୟା ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ପଦ୍ମପୁର ଥାନା ଚାରପାଲି ଗାଁର ବିହାରିଲାଲ୍ ସୁନା ବୋଲି ଜଣା ପଡ଼ିଛି । ବରଗଡ଼ ଜିଲ୍ଲା ଘୁଲିପାଲି ୱାର୍ଡ ନମ୍ୱର୍ ୧୭ ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବୃଦ୍ଧ ଜଣକ ଦୀର୍ଘ ଦିନ ହେଲା ଘୁଲିପାଲି ୱାର୍ଡ ନମ୍ୱର ୧୭ରେ ଥିବା ବିଜୟ ଶତପଥୀଙ୍କ ଘରେ ରହୁଥିଲେ । ତେବେ ଶନିବାର ତାଙ୍କ ମୃତଦେହ ଘର ବାରଣ୍ଡାରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି । ଏହା ଦେଖି ବିଜୟ ଶତପଥୀଙ୍କ ପରିବାର ଲୋକେ ତୁରକନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବରଗଡ଼ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଗନ୍ତ ଚଳାଇଛି ପୋଲିସ । ତେବେ ପାରିପାର୍ଶ୍ବିକ ସ୍ଥିତିକୁ ଦେଖି ଏହା ଏକ ହତ୍ୟା ଘଟଣା ବୋଲି ଅନୁମାନ କରୁଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.