ମେଷ : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର କୃତ୍ତିକା ମେଷ, ସୋମନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ସପ୍ତମ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଧନ ବ୍ୟୟ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ଷଷ୍ଠ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବଦାରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତ କର୍ମରେ ସମାଧାନମୂଳକ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା: ୪, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତବାର, ଅଷ୍ଟମୀ ତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ରକନ୍ୟା, ଭାତଅଭଗ୍ନି, ପିତାମାତାଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବିଦ୍ୟାରେ ବିଫଳତା, ମନରେ ଅସ୍ଥିରତା, ପରିବାରରେ ଅଶାନ୍ତି ଏବଂ ନିଜର ପ୍ରିୟ ବନ୍ଧୁଙ୍କ ସହ ମତଭେଦ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ତୃତୀୟ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ, ଭାଇଭଉଣୀଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସୁଖବର, ସୁସମ୍ବାଦ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ଅପସରି ଯିବ ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଏକାଦଶ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୮, ଆରାଧନା : ମା’ କାଳୀ ।
କୁମ୍ଭ : ଦଶମ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ: କୃଷ୍ଣପକ୍ଷର ନବମ ଚନ୍ଦ୍ର, ଅଷ୍ଟମୀ ତିଥି, ବୁଧବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ପିତାମାତାଙ୍କ ସହ ମତାନ୍ତର ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ନିଜର ଲୋକମାନେ ଦୂରେଇ ଯିବେ ଏବଂ ପୁରାତନ ବନ୍ଧୁ ପରିହାସ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩