ପ୍ରମୂଖ ଖବର
  • ବିଜେଡିର ୬ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା, ଭୁବନେଶ୍ୱର ଦାୟିତ୍ୱରେ ଅଶୋକ ପଣ୍ଡା
  • ||
  • ବୌଦ୍ଧ : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ: ବାପା ମୃତ, ପୁଅ ଗୁରୁତର
  • ||
  • ମାଲକାନଗିରି : ସେୟାର ମାର୍କେଟରେ ଟ୍ରେଡିଂ ନାଁରେ ୮୦ ଲକ୍ଷ ଲୁଟ୍‌, ଅଭିଯୁକ୍ତ ଗିରଫ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାରୁ ଭିଣୋଇକୁ କଟୁରୀରେ ହାଣିଲା ଶାଳକ ଆକ୍ରମଣ, ଥାନାରେ ଅଭିଯୁକ୍ତର ଆତ୍ମ ସମର୍ପଣ
  • ||
  • ଅନୁଗୁଳ : ୨୬ ତାରିଖରୁ ନିଖୋଜ ହୋଇଥିଲେ ଯୁବତୀ, ଗାଁ ପାଖ ବିଲରୁ ମିଳିଲା ମୃତଦେହ
  • ||
  • ନିଟ୍‌-ୟୁଜି ଦେଲେ ୨୦.୮ ଲକ୍ଷ ଶିକ୍ଷାର୍ଥୀ, ୩ ବର୍ଷ ହେଲା ବଢ଼ୁଛି ପଞ୍ଜୀକରଣ
  • ||
  • ସୁବର୍ଣ୍ଣପୁର : ବ୍ରିଜ୍‌ ନିର୍ମାଣ କାମ କରିବା ବେଳେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ
  • ||

ପୁରୀ ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ, ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ : ମୁଖ୍ୟମନ୍ତ୍ରୀ

Published By : Prameya | May 6, 2025 6:16 PM

ଭୁବନେଶ୍ୱର, ୬।୫ : ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି ।  ଏହା ଦ୍ବାରା ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ଆହୁରି ତ୍ୱରାନ୍ୱିତ ହେବ। ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବ ।ଏଥି ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ । ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି ।   ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବ। ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.